Odisha Link
Bridging the Missing Links in Odisha

ରାଜଭବନରେ ଆସାମ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ଓଡ଼ିଶା ଗସ୍ତରେ ଆସି ପୂର୍ବତନ ଉପ ରାଷ୍ଟ୍ରପତି ଭେଙ୍କୟା ନାଇଡୁ ଓ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରାଜ୍ୟପାଳଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଉଭୟେ ପୃଥକ୍ ପୃଥକ୍ ଭାବେ ଆସି ରାଜଭବନରେ ରାଜ୍ୟପାଳ ରଘୁବର ଦାସଙ୍କୁ ସାକ୍ଷାତ କରିଥିବା ଜଣାପଡିଛି। ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ରାଜ୍ୟପାଳଙ୍କୁ ଭେଟିବା ସହ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଛନ୍ତି।

ସୂଚନା ଅନୁଯାୟୀ, ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା ଦିନିକିଆ ଗସ୍ତରେ ଆସି ଆଜି ସକାଳ ସାଢେ ୧୦ଟା ବେଳେ ଭୁବନେଶ୍ୱର ବିମାନ ବନ୍ଦରରେ ପହଞ୍ଚିଥିଲେ। ସେଠାରୁ ସେ ସିଧାସଳଖ ରାଜଭବନ ଯାଇ ରାଜ୍ୟପାଳଙ୍କ ସାକ୍ଷାତ କରିଥିଲେ। ଏହାପରେ ସେ ଝାରଖଣ୍ଡ ଅଭିମୁଖେ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଅପରପକ୍ଷେ ପୂର୍ବତନ ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ ଆଜି ଭୁବନେଶ୍ବରରେ କିଛି କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିବେ। ଆସନ୍ତାକାଲି ସକାଳେ ସେ ଓଡ଼ିଶା ଛାଡିବାର କାର୍ଯ୍ୟକ୍ରମ ରହିଛି।

Leave A Reply

Your email address will not be published.