Odisha Link
Bridging the Missing Links in Odisha

ଅକ୍ଟୋବର ୯ରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା

ଓଏଲ୍‌ ବ୍ୟୁରୋ: ଲାଗି ରହିଥିବା ଆଶା ଆଶଙ୍କାରେ ପଡ଼ିଲା ପୂର୍ଣ୍ଣଚ୍ଛେଦ। ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା କେବେ ଆସିବ ଆଜି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା। ଅକ୍ଟୋବର ୯ ତାରିଖରେ ମିଳିବ ଦ୍ୱିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ ଟଙ୍କା ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

ପ୍ରଭାତୀ ପରିଡ଼ା କହିଛନ୍ତି, ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟ ଟଙ୍କା ୯ ତାରିଖରେ ହିତାଧିକାରୀଙ୍କୁ ଦିଆଯିବ। ବାରିପଦାରେ ଆୟୋଜିତ ସଭାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହି ଟଙ୍କା ପ୍ରଦାନ କରିବେ। ସେପ୍ଟେମ୍ବର ୭ ତାରିଖ ଯାଏ ଆବେଦନ କରିଥିବା ମହିଳା ୯ତାରିଖରେ ଟଙ୍କା ପାଇବେ। ସୁଭଦ୍ରା ଯୋଜନାରେ ପ୍ରଥମ ଓ କୋଟିଏ ନମ୍ବରରେ ଥିବା ମହିଳାଙ୍କୁ ମୁଖ୍ୟମନ୍ତ୍ରୀ ସମ୍ବର୍ଦ୍ଧିତ କରିବେ।

ପ୍ରାୟ ୪୦ ଲକ୍ଷରୁ ଅଧିକ ମହିଳାଙ୍କୁ ଦ୍ୱିତୀୟ ପର୍ଯ୍ୟାୟରେ ‘ସୁଭଦ୍ରା’ ଟଙ୍କା ମିଳିବ। ବର୍ତ୍ତମାନ ସୁଦ୍ଧା ୯୭ ଲକ୍ଷ ମହିଳା ‘ସୁଭଦ୍ରା’ ପାଇଁ ଆବେଦନ କରିଛନ୍ତି।ପ୍ରଥମ ପର୍ଯ୍ୟାୟରେ ୨୫ ଲକ୍ଷ ୧୧ ହଜାର ମହିଳାଙ୍କୁ ଟଙ୍କା ମିଳିଛି।ମାର୍ଚ୍ଚ ୮ ପୂର୍ବରୁ ସମସ୍ତ ଯୋଗ୍ୟ ମହିଳା ହିତାଧିକାରୀଙ୍କୁ ‘ସୁଭଦ୍ରା’ ଟଙ୍କା ମିଳିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ।

Leave A Reply

Your email address will not be published.