Odisha Link
Bridging the Missing Links in Odisha

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ମୁଖ୍ୟମନ୍ତ୍ରୀଙ୍କ ଅନ୍ୟ ଜରୁରୀ ଗୁରୁତ୍ୱପୂର୍ଣ୍ଣ ସରକାରୀ କାର୍ଯ୍ୟକ୍ରମ ଥିବାରୁ ସେଦିନ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ଜନଶୁଣାଣି ବନ୍ଦ ରହିବ। ଏ ସମ୍ପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପରବର୍ତ୍ତୀ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସମ୍ପର୍କରେ ବିଭିନ୍ନ ଗଣମାଧ୍ୟମରେ ଜଣାଇ ଦିଆଯିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।

Leave A Reply

Your email address will not be published.