ଜୋର୍ ଧରିଲା ଶିକ୍ଷକ ନିଯୁକ୍ତି ଦାବି, ଆଜି ଅବିଭକ୍ତ କୋରାପୁଟ ବନ୍ଦ
ଓଏଲ୍ ବ୍ୟୁରୋ: ଶିକ୍ଷକ ନିଯୁକ୍ତି ଦାବିକୁ ନେଇ ବଢ଼ିଲା ତାତି। ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ଆଜି ଅବିଭକ୍ତ କୋରାପୁଟ ଜିଲ୍ଲାରେ ୧୨ ଘଣ୍ଟିଆ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ଟା ପର୍ଯ୍ୟନ୍ତ ଚକଅଖ, ଦୋକାନ ବଜାର, ସରକାରୀ କାର୍ଯ୍ୟାଳୟ ଓ ସ୍କୁଲ କଲେଜ ଆଦି ବନ୍ଦ ପାଇଁ ଡାକରା ଦେଇଛି ମିଳିତ କ୍ରିୟାନୁଷ୍ଠାନ କମିଟି। କୋରାପୁଟ, ନବରଙ୍ଗପୁର, ରାୟଗଡ଼ା ଓ ମାଲକାନଗିରି ଜିଲ୍ଲାରେ ଏହି ବନ୍ଦ ପାଳନ ହେଉଛି।
ଆଦିବାସୀ ଅଧ୍ୟୁଷିତ ଜିଲ୍ଲାରେ ହଜାର ହଜାର ଶିକ୍ଷିତ ଆଦିବାସୀ ଯୁବକ ଯୁବତୀ ଚାକିରୀ ଆଶାୟୀ ଥିବା ବେଳେ, ସରକାର ସେମାନଙ୍କ ପ୍ରତି ଅଣଦେଖା କରି ବାହାର ଜିଲ୍ଲାର ପ୍ରାର୍ଥୀଙ୍କୁ ଚାକିରି ଦେଉଥିବା ଅଭିଯୋଗ ହୋଇଛି । ତେବେ ଏହି ୧୨ ଘଣ୍ଟିଆ ବନ୍ଦକୁ କଂଗ୍ରେସ ଓ ବିଜେଡି ସମର୍ଥନ କରିଛି।