Odisha Link
Bridging the Missing Links in Odisha

ଆଜି ନିଯୁକ୍ତି ସମାରୋହ: ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ପାଇବେ ନିଯୁକ୍ତି

ଓଏଲ୍‌ ବ୍ୟୁରୋ: ଆହୁରି ସୁଦୃଢ଼ ହେବ ରାଜ୍ୟର ଶିକ୍ଷା ବ୍ୟବସ୍ଥା। ରାଜ୍ୟର ଶିକ୍ଷା କ୍ଷେତ୍ରକୁ ମିଳିବ ନୂଆ ଉର୍ଜା। କାରଣ ଆଜି ୧୬,୦୦୯ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀ ନିଯୁକ୍ତି ପତ୍ର ଦେବେ ରାଜ୍ୟ ସରକାର। କଳିଙ୍ଗ ଷ୍ଟାଡିୟମରେ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଦ୍ୱାରା ନିଯୁକ୍ତି ସମାରୋହ ଓ ନବନିଯୁକ୍ତ କନିଷ୍ଠ ଶିକ୍ଷକ ଶିକ୍ଷୟିତ୍ରୀଙ୍କ ପ୍ରଶିକ୍ଷଣ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗଦେଇ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ।

ଏହି କାର୍ଯ୍ୟକ୍ରମରେ କେନ୍ଦ୍ରଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂଦେଓ, ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ, ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରଜ ପ୍ରମୁଖ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ବରିଷ୍ଠ ଅଧିକାରୀମାନେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।

ଚୟନ ହୋଇଥିବା ୧୬ ହଜାର ୯ଜଣ କନିଷ୍ଠ ଶିକ୍ଷକ-ଶିକ୍ଷୟିତ୍ରୀଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରେ ୪୨୪ଜଣ ଥିବା ବେଳେ ବାଲେଶ୍ୱରରେ ୬୦୦, ବରଗଡ଼ରେ ୪୭୯, ଭଦ୍ରକରେ ୨୬୦, ବଲାଙ୍ଗୀରରେ ୧,୦୮୦, ବୌଦ୍ଧରେ ୬୫, କଟକରେ ୮୯୩, ଦେବଗଡ଼ରେ ୨୧, ଢେଙ୍କାନାଳରେ ୫୮୩, ଗଜପତିରେ ୧୩, ଗଞ୍ଜାମରେ ୧,୨୬୪, ଜଗତସିଂହପୁରରେ ୮୮, ଯାଜପୁରରେ ୮୭୨, ଝାରସୁଗୁଡ଼ାରେ ୩୮, କଳାହାଣ୍ଡିରେ ୮୧୧, କନ୍ଧମାଳରେ ୧୫୧, କେନ୍ଦ୍ରାପଡ଼ାରେ ୧,୦୩୮, କେନ୍ଦୁଝରରେ ୧,୩୨୯, ଖୋର୍ଦ୍ଧାରେ ୭୫୩, କୋରାପୁଟରେ ୯୨୨, ମାଲକାନଗିରି ଜିଲ୍ଲାରେ ୫୫୫ ଜଣ ରହିଛନ୍ତି। ସେହିପରି ମୟୂରଭଞ୍ଜ ଜିଲ୍ଲାରେ ୮୨୭, ନବରଙ୍ଗପୁରରେ ୮୬୦, ନୟାଗଡ଼ରେ ୮୩, ନୂଆପଡ଼ାରେ ୨୨୧, ପୁରୀରେ ୭୩୩, ରାୟଗଡ଼ାରେ ୫୧୧, ସମ୍ବଲପୁରରେ ୨୧୮, ସୁବର୍ଣ୍ଣପୁରରେ ୧୫୭ ଓ ସୁନ୍ଦରଗଡ଼ ଜିଲ୍ଲାରେ ୧୬୦ ଜଣ ନିଯୁକ୍ତି ପାଇବାକୁ ଯାଉଛନ୍ତି।

Leave A Reply

Your email address will not be published.