Odisha Link
Bridging the Missing Links in Odisha

ରାଜରାସ୍ତାରେ ଆରଆଇ ପରୀକ୍ଷାର୍ଥୀ, ସ୍ୱଚ୍ଛତାର ସହ ପୁନଃ ପରୀକ୍ଷା ଦାବି

ଓଏଲ୍ ବ୍ୟୁରୋ: ସାରା ରାଜ୍ୟରେ ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା ନେଇ ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। OSSSC ବିରୋଧରେ ଭୁବନେଶ୍ବର ଲୋୟର ପିଏମ୍‌ଜିରେ ଏକାଧିକ ଛାତ୍ରଛାତ୍ରୀ ବିକ୍ଷୋଭ କରିଛନ୍ତି। RI, ARI, ଅମିନ ପରୀକ୍ଷାରେ ଅନିୟମିତତା ଅଭିଯୋଗ କରିବା ସହ ସ୍ବଚ୍ଛତାର ସହ ପୁନଃ ପରୀକ୍ଷା ପାଇଁ ପରୀକ୍ଷାର୍ଥୀ ଦାବି କରିଛନ୍ତି।

ଅନ୍ୟପଟେ, ଆରଆଇ, ଅମିନ ପରୀକ୍ଷାରେ ଅନିୟମିତତା ନେଇ ମୁଖ୍ୟମନ୍ତ୍ରୀଙ୍କୁ ଅବଗତ କରାଇଛନ୍ତି ରାଜସ୍ବ ମନ୍ତ୍ରୀ। ବିଭ୍ରାଟ ନେଇ ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ରିପୋର୍ଟ ମାଗିଛନ୍ତି। ଅନିୟମିତତା ନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ପ୍ରତିକ୍ରିୟା ଦେଇ କହିଛନ୍ତି ଏହାହାର ସମ୍ପୂର୍ଣ୍ଣ ରିପୋର୍ଟ ଦେବାକୁ ରାଜସ୍ବ ବିଭାଗ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଛି।

ମନ୍ତ୍ରୀ କହିଛନ୍ତି ମୁଖ୍ୟମନ୍ତ୍ରୀଙ୍କୁ ଏ ସମ୍ପର୍କରେ ଅବଗତ କରିଛି। ଆମ ପାଖରେ ଯେଉଁ ଅଭିଯୋଗ ହସ୍ତଗତ ହୋଇଛି ମୋତେ ଲାଗୁଛି ପରୀକ୍ଷା ପାଇଁ ଏହା ଅନୁକୂଳ ପ୍ରକ୍ରିୟା ନୁହଁ। ସରକାର ଅନୁଧ୍ୟାନ କରି ବ୍ଲାକ ଲିଷ୍ଟେଡ଼ ହୋଇଥିଲେ ଉକ୍ତ ସଂସ୍ଥାକୁ ପରୀକ୍ଷାରୁ ମୁକ୍ତ କରାଯିବ। ତ୍ରୁଟି ବିଚ୍ୟୁତି କେତେ ପରିମାଣର ହୋଇଛି ଏହା ଫଳାଫଳକୁ କେତେ ପ୍ରଭାବ ପକାଇବ ତାକୁ ଅନୁଧ୍ୟାନ କରି ସରକାର ନିଷ୍ପତ୍ତି ନେବେ। ଏହାର ସମାଧାନ ପାଇଁ ସମସ୍ତ ଦ୍ୱାର ଖୋଲା ଅଛି।

ପରୀକ୍ଷା ସବୁବେଳେ ତ୍ରୁଟି ଶୂନ୍ୟ ହେବା କଥା। ଉଚିତ ସ୍ଥାନରେ ପରୀକ୍ଷା ହେଉନଥିବା ଛାତ୍ର ଛାତ୍ରୀ ଅଭିଯୋଗ କରିଛନ୍ତି। ପରୀକ୍ଷାରେ ଅବ୍ୟବସ୍ଥା ଅଭିଯୋଗ ମୋ ପାଖକୁ ଆସିଛି। ଆରଆଇ ଅମିନ ପରୀକ୍ଷା ରାଜସ୍ବ ବିଭାଗ ନୁହେଁ osssc କରେ। ଜଣେ ଥାର୍ଡ଼ ପାର୍ଟିକୁ ଷ୍ଟାପ ସିଲେକ୍ସନ ବୋର୍ଡ ଆଉଟସୋରସିଂ କରିଥିବା ଖବର ଆସୁଛି। ସେହି କମ୍ପାନୀର ବିଶ୍ଵସନୀୟତାକୁ ନେଇ ବି ପ୍ରଶ୍ନ ଉଠିଛି।

ସୂଚନାଯୋଗ୍ୟ, ଆରଆଇ, ଅମିନ ପରୀକ୍ଷାରେ ଅନିୟମିତା ନେଇ ରାଜ୍ୟ ସାରା ପରୀକ୍ଷାର୍ଥୀଙ୍କ ମଧ୍ୟରେ ଅସନ୍ତୋଷ ପ୍ରକାଶ ପାଇଛି। ପରୀକ୍ଷାରେ ଘୋର ଅବ୍ୟବସ୍ଥା ଦେଖା ଦେଇଛି। ଯେଉଁ ସେଣ୍ଟରରେ ପରୀକ୍ଷା କରାଯାଇଛି, ସେଥିରେ ଅଧିକାଂଶ ସେଣ୍ଟରରେ ପରୀକ୍ଷା ଆୟୋଜନ ପାଇଁ ଆବଶ୍ୟକ ସୁବିଧା ସୁଯୋଗ ନ ଥିବା ଦେଖିବାକୁ ମିଳିଥିଲା।।

Leave A Reply

Your email address will not be published.