Odisha Link
Bridging the Missing Links in Odisha

ବୁଧବାର ୨୦୦ କୋଟିରୁ ଊର୍ଦ୍ଧ୍ବ ଟଙ୍କା ଛାଡ଼ କରିବେ ସରକାର

ଓଏଲ୍‌ ବ୍ୟୁରୋ: ଏସ୍‌ଏଚ୍‌ଜି ମହିଳାଙ୍କ ପାଇଁ ଖୁସି ଖବର। କାରଣ ଅକ୍ଟୋବର ୯ ତାରିଖରେ ରାଜ୍ୟ ସରକାର ସୁଧା ଛାଡ଼ କରିବେ। ୨୦୦ କୋଟିରୁ ଉର୍ଦ୍ଧ୍ବ ଟଙ୍କା ଛାଡ଼ କରାଯିବ। ଏସ୍‌ଏଚ୍‌ଜି ମହିଳାଙ୍କ ପାଇଁ ସୁଧ ଛାଡ଼ କରିବେ ମୋହନ ସରକାର। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।

ସୁଭଦ୍ରା ଯୋଜନାକୁ ନେଇ ପ୍ରଭାତୀ ପରିଡ଼ା କହିଛନ୍ତି, ପ୍ରଥମ କିସ୍ତିର ଦ୍ବିତୀୟ ପର୍ଯ୍ୟାୟ ‘ସୁଭଦ୍ରା’ର ୧ ଟଙ୍କା ଆଜି ପ୍ରଦାନ କରାଯାଇଛି। ଆସନ୍ତା ୯ ତାରିଖରେ ଯୋଗ୍ୟ ହିତାଧିକାରୀଙ୍କୁ ଡ଼ିବିଟି ମାଧ୍ୟମରେ ‘ସୁଭଦ୍ରା’ ଟଙ୍କା ଦିଆଯିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏହାର ଶୁଭାରମ୍ଭ କରିବେ। ଆଜି ସୁଦ୍ଧା ୩୨ ଲକ୍ଷ ଏମ୍‌ପିସିଆଇ କ୍ଲିୟରାନ୍ସ ସମ୍ପୂର୍ଣ୍ଣ ହୋଇଛି। ତେବେ ପରୀକ୍ଷା ମୂଳକ ଭାବେ ଆଜିଠାରୁ ସେହି ହିତାଧିକାରୀଙ୍କ ଏକ ଟଙ୍କା ଲେଖାଏଁ ପ୍ରଦାନ କରାଯାଇଛି। ପ୍ରଥମ କିସ୍ତିର ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୪୦ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଟଙ୍କା ମିଳିବ।

ସେହିପରି ପ୍ରଥମ ଦୁଇଟି ପର୍ଯ୍ୟାୟରେ ସୁଭଦ୍ରା ଟଙ୍କା ପାଇନଥିବା ହିତାଧିକାରୀଙ୍କୁ ଆସନ୍ତା ଡିସେମ୍ବର ସୁଦ୍ଧା ପ୍ରଥମ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ପ୍ରଦାନ କରାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।

Leave A Reply

Your email address will not be published.