Odisha Link
Bridging the Missing Links in Odisha

ଆଜି ଶ୍ରୀମନ୍ଦିର ଛତିଶା ନିଯୋଗ ବୈଠକ, ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ହେବ ଆଲୋଚନା

ଓଏଲ୍ ବ୍ୟୁରୋ: ଆଜି ମଙ୍ଗଳବାର ଅନୁଷ୍ଠିତ ହେବ ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିର କାର୍ଯ୍ୟାଳୟ ପରିସରରେ ସନ୍ଧ୍ୟା ୫ଟା ୩୦ ମିନିଟ ସମୟରେ ଏହି ବୈଠକ ଅନୁଷ୍ଠିତ ହେବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀଙ୍କ ଅଧ୍ୟକ୍ଷତାରେ ବସିବ ଏହି ଛତିଶା ନିଯୋଗ ବୈଠକ। ଶ୍ରୀମନ୍ଦିରରେ ଆଗାମୀ ୧୪ତାରିଖ ଠାରୁ ଆରମ୍ଭ ହେବାକୁ ଥିବା ବାଳଭୋଗ, କାର୍ତ୍ତିକ ମାସ ନୀତି ନିର୍ଘଣ୍ଟ ଓ ହବିଷ୍ୟାଳିଙ୍କ ଶୃଙ୍ଖଳିତ ଦର୍ଶନ ନେଇ ବୈଠକରେ କରାଯିବ ଆଲୋଚନା।

ସେହିପରି ଅଭଡ଼ା ଯୋଜନା ମାଧ୍ୟମରେ ଓବିସିସି ଦ୍ୱାରା ଶ୍ରୀମନ୍ଦିର ନାଟମଣ୍ଡପରେ ଶୀତତାପ ନିୟନ୍ତ୍ରିତ କରିବା ପାଇଁ ଆଲୋଚନା ହେବ। ତେବେ ସଭାପତିଙ୍କ ଅନୁମୋଦନ କ୍ରମେ ବୈଠକରେ ଅନ୍ୟାନ୍ୟ ପ୍ରସଙ୍ଗ ଉପରେ ମଧ୍ୟ ଆଲୋଚନା ହୋଇପାରେ। ଏହି ବୈଠକରେ ଛତିଶା ନିଯୋଗର ମହାନାୟକ, ଜିଲ୍ଲାପାଳ, ଏସପି, ଶ୍ରୀମନ୍ଦିର କାର୍ଯ୍ୟାଳୟର ଅଧିକାରୀ ମାନଙ୍କ ସମେତ ଛତିଶା ନିଯୋଗର କର୍ମକର୍ତ୍ତା ମନେ ଉପସ୍ଥିତ ରହିବେ।

Leave A Reply

Your email address will not be published.