Odisha Link
Bridging the Missing Links in Odisha

ଉପମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ଖୁବ୍‌ଶୀଘ୍ର ମିଳିବ ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା

ଓଏଲ୍‌ ବ୍ୟୁରୋ: ମହିଳାଙ୍କ ଖାତାକୁ ଗଲା ସୁଭଦ୍ରା ଟଙ୍କା। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାରିପଦା ଠାରେ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ଦ୍ଵିତୀୟ ପର୍ଯ୍ୟାୟରେ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ପ୍ରଦାନ କରିଛନ୍ତି। ସିଧାସଳଖ ଆକାଉଣ୍ଟକୁ ଏହି ଟଙ୍କା ପ୍ରଦାନ କରାଯାଇଛି। ବାରିପଦାରେ ପହଞ୍ଚି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛଉ ପଡ଼ିଆରେ ଆୟୋଜିତ ସ୍ବତନ୍ତ୍ର ‘ସୁଭଦ୍ରା’ ସମାବେଶ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରିଛନ୍ତି।

ଆଜି ସୁଭଦ୍ରା ପାଇନଥିବା ମହିଳାଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି ଉପମୁଖ୍ୟମନ୍ତ୍ରୀ। ଖୁବ୍‌ଶୀଘ୍ର ତୃତୀୟ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ ପ୍ରଭାତୀ ପରିଡ଼ା କହିଛନ୍ତି। ଏଯାବତ ୧ କୋଟି ୫୦ ହଜାର ମହିଳା ରେଜିଷ୍ଟ୍ରେସନ କଲେଣି। ୨ଟି ପର୍ଯ୍ୟାୟରେ ମୋଟ ୬୦ ଲକ୍ଷ ମହିଳାଙ୍କୁ ସହାୟତା ରାଶି ମିଳିଛି। ଖୁବ୍‌ ଜଲ୍‌ଦି ତୃତୀୟ ପର୍ଯ୍ୟାୟରେ ବାକି ହିତାଧିକାରୀଙ୍କୁ ଟଙ୍କା ଦେବୁ। ଏନ୍‌ପିସିଆଇ କ୍ଲିୟରାନ୍ସ ପରେ ଆଜି ୩୫ ଲକ୍ଷ ମହିଳାଙ୍କୁ ଟଙ୍କା ଦେଇଛୁ।

କୌଣସି ଯୋଗ୍ୟ ହିତାଧିକାରୀଙ୍କ ଆବେଦନପତ୍ର ଖାରଜ କରାଯିବନି। ଘରକୁ ଘର ଯାଇ, ବ୍ଲକ ବା ଜିଲ୍ଲା ପ୍ରଶାସନ ଜରିଆରେ ଯୋଗ୍ୟ କରିବୁ। ଯେଉଁମାନେ ନପାଇ ୨ ଥର ଆବେଦନ କରୁଛନ୍ତି, ସେମିତି ଅନାବଶ୍ୟକ। ଆଉ ଆବେଦନ ନକରି କଣ ତ୍ରୁଟି ଅଛି ତାକୁ ସଂଶୋଧନ କରନ୍ତୁ। ଖୁବ୍‌ ଶୀଘ୍ର ତୃତୀୟ ପର୍ଯ୍ୟାୟ ଦେବୁ, ସମସ୍ତ ଯୋଗ୍ୟଙ୍କୁ ସହାୟତା ମିଳିବ ବୋଲି ଉପମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.