Odisha Link
Bridging the Missing Links in Odisha

ଆଜି କୁମାର ପୂର୍ଣ୍ଣିମା, ଚଳଚଞ୍ଚଳ ପୁରପଲ୍ଲୀ

ଓଏଲ୍‌ ବ୍ୟୁରୋ: ଆଜି ଆଶ୍ୱିନ ମାସ ପୂର୍ଣ୍ଣିମା ତିଥିରେ କୁମାର ପୂର୍ଣ୍ଣିମା ପାଳିତ ହୁଏ। ପବିତ୍ର କୁମାର ପୂର୍ଣ୍ଣିମା ଓ ଗଜଲକ୍ଷ୍ମୀ ପୂଜା ଆରମ୍ଭ। ଆଜିର ଦିନରେ ଓଡ଼ିଶାର ଘରେ ଘରେ ଝିଅମାନେ ବେଶ ଆନନ୍ଦର ସହ ଏହାକୁ ପାଳନ କରିଥାଆନ୍ତି। କୁମାରୀ ଝିଅ ମାନେ ସକାଳୁ ସ୍ନାନ କରି ନୂଆ ବସ୍ତ୍ର ପରିଧାନ କରି ତୁଳସୀ ଚଉରା ମୂଳରେ ପୂଜା କରନ୍ତି। ଏକ କୁଲାରେ ଖଇ ଓ ସାତ ପ୍ରକାରର ଫଳ ନେଇ ଚଉରା ମୂଳରେ ବିଧିସହ ପୂଜାର୍ଚ୍ଚନା କରନ୍ତି।

ଏହାସହ କୁମାରୀ କନ୍ୟାମାନେ ସନ୍ଧ୍ୟାରେ ଆକାଶରେ ଚନ୍ଦ୍ର ଆସିବା ପରେ ପୂଜା କରନ୍ତି। ବିଭିନ୍ନ ପ୍ରକାରର ଫଳ, ଖଇ, ନଡ଼ିଆ, କଦଳୀ, ଛେନା, ଦହି, କ୍ଷୀର, କାକୁଡ଼ି, ଆଖୁ ଆଦିକୁ ଚକଟା ଭୋଗ କରି ଚନ୍ଦ୍ର ଆକୃତିର କରି ପୂଜା କରିବା ପରେ ଏହାକୁ ନିଜ ସାଙ୍ଗମାନଙ୍କୁ ଖୁଆନ୍ତି। ଠିକ ସେହିପରି ଆଜିି ଠାରୁ ପ୍ରସିଦ୍ଧ ମା’ ଗଜଲକ୍ଷ୍ମୀଙ୍କ ପୂଜା ବିଭିନ୍ନ ପୂଜାମଣ୍ଡପରେ ଆରମ୍ଭ ହୋଇଛି।

Leave A Reply

Your email address will not be published.