Odisha Link
Bridging the Missing Links in Odisha

ବଢ଼ିଲା ବାତ୍ୟା ଭୟ, ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ଆଶଙ୍କା

ଓଏଲ୍‌ ବ୍ୟୁରୋ: ପୁଣି ଡରାଇଲାଣି ଅକ୍ଟୋବର ମାସ। ଓଡିଶାକୁ ବାତ୍ୟା ଆଶଙ୍କା ଥିବା ଅନ୍ତର୍ଜାତୀୟ ପାଣିପାଗ ମଡେଲ ଆକଳନ କରିଛି। ଚିତ୍ର ସ୍ପଷ୍ଟ ହୋଇନଥିଲେ ବି ଆସନ୍ତା ୨୧ ତାରିଖରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇପାରେ। ଯାହାକି ୨୨ ତାରିଖରେ ଲଘୁଚାପ ଓ ୨୩ ତାରିଖରେ ଅବପାତରେ ପରିଣତ ହେବ।

ପାଣିପାଗ ବିଶେଷଜ୍ଞ ଶରତ ସାହୁଙ୍କ ପୂର୍ବାନୁମାନ ଅନୁସାରେ, ଆସନ୍ତା ୧୯ ବେଳକୁ ବଙ୍ଗୋପସାଗରରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି। ସେହିଦିନ କିମ୍ବା ତା’ ପରଦିନ ଘୂର୍ଣ୍ଣିବଳୟ ନେଇପାରେ ଲଘୁଚାପର ରୂପ। ୨୨ରେ ଅଧିକ ଘନୀଭୂତ ହୋଇ ଅବପାତରେ ପରିଣତ ହୋଇପାରେ। ପରବର୍ତ୍ତୀ ପର୍ଯ୍ୟାୟରେ ଏହା ବାତ୍ୟାରେ ପରିଣତ ହେବା ସମ୍ଭାବନା ରହିଛି। ଓଡ଼ିଶାରେ ଏହାର ପ୍ରଭାବ କେତେ ରହିବ ତାହା ସ୍ପଷ୍ଟ ହୋଇନାହିଁ।

Leave A Reply

Your email address will not be published.