Odisha Link
Bridging the Missing Links in Odisha

ଜାତୀୟ ଶିକ୍ଷାନୀତି ପାଇଁ ରାଜ୍ୟ ସରକାରଙ୍କ ତତ୍ପରତା, ପୁନର୍ଗଠନ ହେଲା ଟାସ୍କଫୋର୍ସ

ଓଏଲ୍‌ ବ୍ୟୁରୋ: ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରିତା ପାଇଁ ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ରାଜ୍ୟରେ ଜାତୀୟ ଶିକ୍ଷାନୀତି-୨୦୨୦ କାର୍ଯ୍ୟକାରୀ କରିବା ପାଇଁ ଟାସ୍କଫୋର୍ସ ପୁନର୍ଗଠନ କରାଯାଇଛି। ଏହାସହ ୬ଟି ଥିମେଟିକ୍ ସବକମିଟିର ମଧ୍ୟ ଗଠନ କରାଯାଇଛି। ଏନେଇ ଗତକାଲି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ଏଥିରେ ବିଭିନ୍ନ ବିଭାଗର ୧୩ ଜଣ ସଦସ୍ୟ ଥିବାବେଳେ ଉନ୍ନୟନ କମିଶନର ରହିଛନ୍ତି ଏହି ଟାସ୍କଫୋର୍ସର ଅଧ୍ୟକ୍ଷ।

ବିଜ୍ଞପ୍ତି ଅନୁଯାୟୀ, ଟାସ୍କଫୋର୍ସର ଏକ୍ସ-ଅଫିସିଓ ସଦସ୍ୟ ଭାବେ ଭାବେ ସ୍କୁଲ ଓ ଗଣଶିକ୍ଷା ବିଭାଗର ସଚିବଙ୍କ ସହ ଏସ୍‌ଟି ଏବଂ ଏସ୍‌ସି ଉନ୍ନୟନ ବିଭାଗ, ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ, ଅର୍ଥ ବିଭାଗ, ମହିଳା ଓ ଶିଶୁ ବିକାଶ ବିଭାଗ, ଦକ୍ଷତା ବିକାଶ, କ୍ରୀଡ଼ା ଓ ଯୁବସେବା ବିଭାଗର ପ୍ରମୁଖ ସଚିବ ମଧ୍ୟ ସ୍ଥାନ ପାଇଛନ୍ତି। ସେହିପରି ଉଚ୍ଚଶିକ୍ଷା ବିଭାଗର ସଚିବ, ଓସେପା ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ, ଭୁବନେଶ୍ୱରସ୍ଥିତ ରିଜିଓନାଲ ଇନଷ୍ଟିଚ୍ୟୁଟ ଅଫ୍ ଏଜୁକେସନର ପ୍ରିନ୍ସିପାଲଙ୍କୁ ମଧ୍ୟ ଏକ୍ସ-ଅଫିସୋ ସଦସ୍ୟ ଭାବେ ସାମିଲ କରାଯାଇଛି। ଟିଚର୍ସ ଏଜୁକେସନ ଆଣ୍ଡ ଏସସିଇଆରଟି ନିର୍ଦ୍ଦେଶକଙ୍କୁ ଏହି ଜାତୀୟ ଶିକ୍ଷା ନୀତି-୨୦୨୦ର ନୋଡାଲ ଅଫିସର ଏବଂ ସ୍କୁଲ ଓ ଗଣଶିକ୍ଷା ବିଭାଗର ଅତିରିକ୍ତ ସଚିବଙ୍କୁ ଆବାହକ ସଦସ୍ୟ ଭାବେ ସାମିଲ କରାଯାଇଛି।

ସେହିପରି ଜାତୀୟ ଶିକ୍ଷାନୀତି-୨୦୨୦ର ବିଭିନ୍ନ ଉପାଦାନକୁ ଅନୁଧ୍ୟାନ ପାଇଁ ୬ଟି ଥିମେଟିକ୍ ସବକମିଟି ମଧ୍ୟ ପୁନର୍ଗଠନ କରାଯାଇଛି। ଏହି ସବକମିଟିରେ ସ୍କୁଲ ଓ ଗଣଶିକ୍ଷା ବିଭାଗର ବିଭିନ୍ନ ନିର୍ଦ୍ଦେଶାଳୟର ମୁଖ୍ୟଙ୍କ ସମେତ ଶିକ୍ଷା କ୍ଷେତ୍ରର ବିଶେଷଜ୍ଞ ଓ ଶିକ୍ଷାବିତମାନଙ୍କୁ ସାମିଲ କରାଯାଇଛି। ଏହି ସବ୍‌-କମିଟି ଜାତୀୟ ଶିକ୍ଷା ନୀତିକୁ କାର୍ଯ୍ୟକାରୀ କରିବା ପ୍ରରିପେକ୍ଷୀରେ ଡ୍ରାଫ୍ଟ ପଲିସି ପ୍ରସ୍ତୁତ କରିବା ଦିଗରେ କାର୍ଯ୍ୟ କରିବେ।

Leave A Reply

Your email address will not be published.