Odisha Link
Bridging the Missing Links in Odisha

ଓଡ଼ିଶା ମୁହାଁ ବାତ୍ୟା, ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ

ଓଏଲ୍‌ ବ୍ୟୁରୋ: ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ଲଘୁଚାପ। ଏହା ପ୍ରଭାବରେ ସୋମବାର ସକାଳ ସୁଦ୍ଧା ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଓ ସଂଲଗ୍ନ ଉତ୍ତର ଆଣ୍ଡାମାନ ସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଧୀରେ ଧୀରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ୨୨ ତାରିଖ ସକାଳେ ଅବପାତ ଏବଂ ୨୩ ତାରିଖରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ବାତ୍ୟା ରୂପ ନେବାର ସମ୍ଭାବନା ରହିଛି।

ପୁରୀ ଓ ସାଗର ଦ୍ବୀପ ମଧ୍ୟରେ ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଛି। ଭଦ୍ରକ ଓ କେନ୍ଦ୍ରାପଡ଼ା ମଧ୍ୟରେ କରିପାରେ ଲ୍ୟାଣ୍ଡଫଲ। ବାତ୍ୟାର ଲ୍ୟାଣ୍ଡଫଲ ନେଇ ନୂଆ ଗତିପଥ ଜାରି କଲା ଭାରତୀୟ ପାଣିପାଗ କେନ୍ଦ୍ର। ୨୪ ତାରିଖ ରାତି ଓ ୨୫ ସକାଳେ ଲ୍ୟାଣ୍ଡଫଲ କରିବ। ପବନର ବେଗ ୧୦୦ରୁ ୧୧୦କିମି ରହିବା ସମ୍ଭାବନା ରହିଛି।

ଅତ୍ୟନ୍ତ ପ୍ରବଳ ବର୍ଷା ନେଇ ୨୪ ତାରିଖ ପାଇଁ ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ ଜାରି ହୋଇଛି। ମୟୂରଭଞ୍ଜ, ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, କଟକ ଅଧିକ ପ୍ରଭାବିତ ହେବାର ସମ୍ଭାବନା ରହିଛି। ପ୍ରବଳରୁ ଅତି ପ୍ରବଳ ବର୍ଷା ପାଇଁ ୬ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ନୟାଗଡ଼, ଅନୁଗୁଳ, ଢେଙ୍କାନାଳ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି।

Leave A Reply

Your email address will not be published.