Odisha Link
Bridging the Missing Links in Odisha

୨୪ରେ ବାତ୍ୟା! କାଲି ସାମୁଦ୍ରିକ ଝଡ଼ର ରୂପ ନେବ ଅବପାତ

ଓଏଲ୍‌ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଅବପାତରେ ପରିଣତ ହୋଇଛି ଲଘୁଚାପ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି। ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି।

କାଲି ଘନୀଭୂତ ହୋଇ ସାମୁଦ୍ରିକ ଝଡ଼ର ରୂପ ନେବ। ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୧୦ ମଧ୍ୟରେ ରହିବ। ଝଟକା ପବନର ବେଗ ସର୍ବାଧିକ ୧୨୦ ରହିବ ବୋଲି ଅନୁମାନ କରାଯାଇଛି। ଅବପାତ ନେଇ ପାଣିପାଗ ନିର୍ଦେଶିକା ସୂଚନା ଦେଇଛନ୍ତି।

Leave A Reply

Your email address will not be published.