Odisha Link
Bridging the Missing Links in Odisha

ବାତ୍ୟା ଦାନା: ସବୁ ବନ୍ଦର ପାଇଁ ବିପଦ ସଙ୍କେତ ଜାରି

ଓଏଲ୍‌ ବ୍ୟୁରୋ: ସମ୍ଭାବ୍ୟ ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ସମ୍ଭାବ୍ୟ ବାତ୍ୟା ପୂର୍ବରୁ ଅବପାତରେ ପରିଣତ ହୋଇଛି ଲଘୁଚାପ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇଛି। ପାରାଦୀପ ଠାରୁ ୭୩୦ କିମି ଦୂରରେ କେନ୍ଦ୍ରୀଭୂତ ହୋଇଛି। ସମ୍ଭାବ୍ୟ ବାତ୍ୟାକୁ ନେଇ ସବୁ ବନ୍ଦର ପାଇଁ ବିପଦ ସଙ୍କେତ ଜାରି ହୋଇଛି। ସବୁ ବନ୍ଦର ପାଇଁ ୧ ନମ୍ବର ବିପଦ ସଙ୍କେତ ଜାରି ହୋଇଛି।

ଅନ୍ୟପଟେ, ସମ୍ଭାବ୍ୟ ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲ୍ଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ବୁଧବାର ସନ୍ଧ୍ୟାରୁ ବଦଳିବ ପାଗ, କିଛି ସ୍ଥାନରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ଏନେଇ ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ନିର୍ଦ୍ଦେଶିକା ମନୋରମା ମହାନ୍ତି ସୂଚନା ଦେଇଛନ୍ତି। ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

ସମ୍ଭାବ୍ୟ ବାତ୍ୟା ୨୪ରେ ଭୀଷଣ ବାତ୍ୟା ରୂପ ନେଇ ଉପକୂଳ ଅତିକ୍ରମ କରିବ। ଓଡ଼ିଶା ଏବଂ ପଶ୍ଚିମବଙ୍ଗ ଉପକୂଳ ଦେଇ ଅତିକ୍ରମ କରିବ। ପୁରୀ ଏବଂ ସାଗରଦ୍ବୀପ ମଧ୍ୟରେ ଉପକୂଳ ଅତିକ୍ରମ କରିବ। ୨୪ ରାତି କିମ୍ବା ୨୫ ସକାଳେ ଉପକୂଳ ଅତିକ୍ରମ କରିବ। ପବନର ବେଗ ୧୦୦ରୁ ୧୧୦ ମଧ୍ୟରେ ରହିବ। ଝଟକା ପବନର ବେଗ ସର୍ବାଧିକ ୧୨୦ ରହିବ ବୋଲି ଅନୁମାନ କରାଯାଇଛି। ଅବପାତ ନେଇ ପାଣିପାଗ ନିର୍ଦେଶିକା ସୂଚନା ଦେଇଛନ୍ତି।ବାତ୍ୟା ପ୍ରଭାବରେ କଟକ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, ବାଲେଶ୍ଵର, ଭଦ୍ରକ ଜିଲ୍ଲା ଅଧିକ ପ୍ରଭାବିତ ହେବ।

Leave A Reply

Your email address will not be published.