Odisha Link
Bridging the Missing Links in Odisha

ବାତ୍ୟା ମୁକାବିଲା: ୯ ମନ୍ତ୍ରୀଙ୍କୁ ୯ ଜିଲ୍ଲାର ଦାୟିତ୍ୱ

ଓଏଲ୍‌ ବ୍ୟୁରୋ: ବାତ୍ୟାରେ ପରିଣତ ହୋଇଛି ଗଭୀର ଅବପାତ। ବାତ୍ୟା ପ୍ରଭାବରେ ଅଶାନ୍ତ ହେଲାଣି ସମୁଦ୍ର। ଆଜି ରାତିରୁ ପାଗରେ ପରିବର୍ତ୍ତନ ହେବ। ଆସନ୍ତାକାଲି ଭୀଷଣ ରୂପ ଧାରଣ କରିବ। ବାତ୍ୟା ମୁକାବିଲାର ତଦାରଖ ପାଇଁ ୯ ଜଣ ମନ୍ତ୍ରୀଙ୍କୁ ୯ଟି ଜିଲ୍ଲାର ଦାୟିତ୍ବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ବାତ୍ୟା ଦ୍ବାରା ଅଧିକ ପ୍ରଭାବିତ ହେବାକୁ ଥିବା ୬ଟି ଜିଲ୍ଲା ପାଇଁ ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ସ୍ବତନ୍ତ୍ର ଦାୟିତ୍ବ ଦିଆଯାଇଛି। ଜିଲ୍ଲା ପ୍ରଶାସନକୁ ସମସ୍ତ ପ୍ରକାରର ସହଯୋଗ କରିବାକୁ ମୁଖ୍ୟମନ୍ତ୍ରୀ ମନ୍ତ୍ରୀ ଓ ଆଇଏଏସ୍‌ଙ୍କୁ ଦାୟିତ୍ବ ଦେଇଛନ୍ତି।

ଜଗତସିଂହପୁର ପାଇଁ ଶିଳ୍ପ ମନ୍ତ୍ରୀ ସମ୍ପଦ ଚନ୍ଦ୍ର ସ୍ବାଇଁ, ବାଲେଶ୍ବର ପାଇଁ ପଞ୍ଚାୟତିରାଜ ମନ୍ତ୍ରୀ ରବି ନାରାୟଣ ନାଏକ, ଭଦ୍ରକ ପାଇଁ କ୍ରୀଡ଼ା ମନ୍ତ୍ରୀ ସୂରଜ ସୂର୍ଯ୍ୟବଂଶୀ, ମୟୂରଭଞ୍ଜ ପାଇଁ ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର, ପୁରୀ ପାଇଁ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, କେନ୍ଦ୍ରାପଡ଼ା ପାଇଁ ଉପମୁଖ୍ୟମନ୍ତ୍ରୀ କନକବର୍ଦ୍ଧନ ସିଂହଦେଓ, ଗଞ୍ଜାମ ପାଇଁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା, କେନ୍ଦୁଝର ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, କଟକ ପାଇଁ ପୂର୍ତ୍ତ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କୁ ଦାୟିତ୍ବ ଦିଆଯାଇଛି।

ସେହିପରି ଜିଲ୍ଲାଗୁଡ଼ିକରେ ବାତ୍ୟା ମୁକାବିଲା, ଉଦ୍ଧାର କାର୍ଯ୍ୟ ଏବଂ ରିଲିଫ ବଣ୍ଟନ ସମେତ ସମସ୍ତ କାର୍ଯ୍ୟର ତଦାରଖ ପାଇଁ ରାଜ୍ୟ ସରକାର ୬ଜଣ ବରିଷ୍ଠ ଆଇଏଏସ୍‌ଙ୍କୁ ୬ଟି ଜିଲ୍ଲାର ଦାୟିତ୍ବ ଦେଇଛନ୍ତି। ୨୩ତାରିଖ ସକାଳ ସୁଦ୍ଧା ଏହି ଆଇଏଏସ୍‌ ଅଧିକାରୀମାନଙ୍କୁ ସେମାନଙ୍କୁ ଆବଣ୍ଟନ ହୋଇଥିବା ଜିଲ୍ଲାରେ ପହଞ୍ଚିବାକୁ କୁହାଯାଇଛି। ସ୍ବତନ୍ତ୍ର ରିଲଫ କମିସନରଙ୍କ ପକ୍ଷରୁ ଜାରି ହୋଇଥିବା ନିର୍ଦ୍ଦେଶନାମା ଅନୁଯାୟୀ, ଲଘୁ ଖଣିଜ ନିର୍ଦ୍ଦେଶକ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କୁ ବାଲେଶ୍ୱର, ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ବିଭାଗର ଅତିରିକ୍ତ ସଚିବ ତ୍ରିଲୋଚନ ମାଝୀଙ୍କୁ ଭଦ୍ରକ, ପର୍ଯ୍ୟଟନ ସଚିବ ବଲୱନ୍ତ ସିଂହଙ୍କୁ ପୁରୀ, ପାନୀୟ ଜଳ ଓ ପରିମଳ ନିର୍ଦ୍ଦେଶକ ବିିନୀତ ଭରଦ୍ୱାଜଙ୍କୁ ମୟୂରଭଞ୍ଜ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ ସଂଗଠନର ସ୍ବତନ୍ତ୍ର ପ୍ରକଳ୍ପ ନିର୍ଦ୍ଦେଶକ ଯାମିନୀ ଷଡ଼ଙ୍ଗୀଙ୍କୁ ଜଗତସିଂହପୁର, ପର୍ଯ୍ୟଟନ ନିର୍ଦ୍ଦେଶକ ସମର୍ଥ ବର୍ମାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ଦାୟିତ୍ୱ ଦିଆଯାଇଛି।

Leave A Reply

Your email address will not be published.