Odisha Link
Bridging the Missing Links in Odisha

ଓଡ଼ିଶା ମୁହାଁ ବାତ୍ୟା, ଆଶ୍ରୟସ୍ଥଳୀ ମୁହାଁ ଉପକୂଳ ବାସିନ୍ଦା

ଓଏଲ୍‌ ବ୍ୟୁରୋ: ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବାତ୍ୟା ପାଇଁ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ବାସିନ୍ଦାଙ୍କୁ ଭାରତୀୟ ପାଣିପାଗ କେନ୍ଦ୍ର ସତର୍କ କରାଇଛି।

ବାତ୍ୟାକୁ ଦୃଷ୍ଟିରେ ରଖି ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି। କେନ୍ଦ୍ରାପଡ଼ା ସାତଭାୟା ପଞ୍ଚାୟତର ମଗରକନ୍ଦା ଲୋକଙ୍କୁ ସ୍ଥାନାନ୍ତର କରାଯାଇଛି। ୫୦ରୁ ଊର୍ଦ୍ଧ୍ବ ପରିବାରର ୨୫୦ ଲୋକଙ୍କୁ ବାତ୍ୟା ଆଶ୍ରୟସ୍ଥଳୀକୁ ନିଆଯାଉଛି। ସେହିଭଳି ଅନ୍ୟ ଉପକୂଳ ଅଂଚଳରେ ମଧ୍ୟ ମାଟିଘରେ ଓ ତଳିଆ ଅଂଚଳରେ ରହିଥିବା ଲୋକଙ୍କୁ ସ୍ଥାନାନ୍ତର କରାଯାଉଛି।

ଅନ୍ୟପଟେ, ବାତ୍ୟା ‘ଦାନା’ ୨୪ ତାରିଖ ରାତିରୁ ୨୫ ତାରିଖ ସକାଳ ମଧ୍ୟରେ ଓଡ଼ିଶାର ପୁରୀ ଓ ପଶ୍ଚିମବଙ୍ଗର ସାଗର ଦୀପପୁଞ୍ଜ ମଧ୍ୟରେ ଉପକୂଳକୁ ଅତିକ୍ରମ କରିବାର ସମ୍ଭାବନା ରହିଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ବାତ୍ୟା ‘ଦାନା’ ପ୍ରଭାବରେ ୭ ଜିଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ଅତି ପ୍ରବଳ ବର୍ଷା ପାଇଁ ୭ ଜିଲାକୁ ରେଡ୍‌ ଆଲର୍ଟ ଜାରି କରାଯାଇଛି। ମୟୁରଭଞ୍ଜ, ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡା, ଯାଜପୁର, ଜଗତସିଂହପୁର, କଟକରେ ଅତି ପ୍ରବଳ ବର୍ଷା ସମ୍ଭାବନା ରହିଛି। ୨୫ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀଙ୍କୁ ସମୁଦ୍ରକୁ ଯିବାକୁ ବାରଣ କରାଯାଇଛି।

Leave A Reply

Your email address will not be published.