Odisha Link
Bridging the Missing Links in Odisha

ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ପକ୍ଷରୁ ସତର୍କତା: ଜାରି ହେଲା ହେଲ୍ପଲାଇନ୍ ନମ୍ବର୍

ଓଏଲ୍‌ ବ୍ୟୁରୋ: ବଙ୍ଗୋପସାଗରରେ ବଳ ଗୋଟାଇ ଆଗକୁ ବଢୁଛି ଗଭୀର ଅବପାତ। ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଛି ବାତ୍ୟା ‘ଦାନା’। ପାରାଦୀପରୁ ୫୬୦ କିମି ଦକ୍ଷିଣ ପୂର୍ବରେ କେନ୍ଦ୍ରୀଭୂତ ହୋଇଛି। ପଶ୍ଚିମବଙ୍ଗ ସାଗରଦ୍ବୀପରୁ ୬୩୦ କିମି ଦକ୍ଷିଣ-ଦକ୍ଷିଣ ପୂର୍ବ ଦିଗରେ କେନ୍ଦ୍ରୀଭୂତ ହୋଇଛି। ଘଣ୍ଟା ପ୍ରତି ୧୮ କିଲୋମିଟର ବେଗରେ ମାଡ଼ି ଆସୁଛି ଦାନା। ଏନେଇ ଭାରତୀୟ ପାଣିପାଗ କେନ୍ଦ୍ର ସୂଚନା ଦେଇଛି। ବାତ୍ୟା ପାଇଁ ଓଡ଼ିଶା ଓ ପଶ୍ଚିମବଙ୍ଗ ଉପକୂଳ ବାସିନ୍ଦାଙ୍କୁ ଭାରତୀୟ ପାଣିପାଗ କେନ୍ଦ୍ର ସତର୍କ କରାଇଛି।

ବାତ୍ୟା ପୂର୍ବରୁ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ପାଇଁ ସଜାଗ ରହିବାକୁ ଅପିଲ କରିଛନ୍ତି। ସେ କହିଛନ୍ତି, ମତ୍ସ୍ୟ ଓ ପଶୁ ସମ୍ପଦ ବିଭାଗ ପକ୍ଷରୁ ହେଲ୍‌ପଲାଇନ ନମ୍ବର ଜାରି କରାଯାଇଛି। ଖାଦ୍ୟ ଓ ଚିକିତ୍ସା ଆବଶ୍ୟକ ହେଲେ ୧୯୬୨ ନମ୍ବରକୁ ଫୋନ୍ କରିପାରିବେ। ନିକଟସ୍ଥ ପଶୁ ସମ୍ପଦ ଅଧିକାରୀଙ୍କୁ ମଧ୍ୟ ଯୋଗାଯୋଗ କରିପାରିବେ। ନିଜେ ସୁରକ୍ଷିତ ରହିବା ସହ ବୁଲା ପଶୁପକ୍ଷୀଙ୍କୁ ଉଚ୍ଚ ସୁରକ୍ଷିତ ସ୍ଥାନକୁ ନେବାକୁ ଅପିଲ୍। ଲୋକଙ୍କୁ ଅପିଲ୍ କଲେ ମତ୍ସ୍ୟ ଓ ପଶୁ ସମ୍ପଦ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ।

Leave A Reply

Your email address will not be published.