Odisha Link
Bridging the Missing Links in Odisha

ସ୍ଥଳଭାଗ ମୁହାଁ ‘ଦାନା’, ଉପକୂଳ ଅଞ୍ଚଳରେ ଲଗାଣ ବର୍ଷା

ଓଏଲ୍‌ ବ୍ୟୁରୋ: ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ବାତ୍ୟା ସ୍ଥଳଭାଗ ମୁହାଁ ହେଉଛି। ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି। ତେଣୁ ଗୁରୁବାର ବିଳମ୍ବିତ ରାତିରୁ ଶୁକ୍ରବାର ଭୋର ସମୟରେ ଏହା ସ୍ଥଳଭାଗ ଛୁଇଁବ ବୋଲି ପାଣିପାଗ ବିଭାଗ ଆକଳନ କରିଛି। ବାତ୍ୟା ପ୍ରଭାବରେ ବିଭିନ୍ନ ଜିଲ୍ଲାରେ ଗତକାଲିଠାରୁ ବର୍ଷା ଜାରି ରହିଛି। ପାରାଦୀପରେ ସର୍ବାଧିକ ୫୧ ଓ ଚାନ୍ଦବାଲିରେ ୩୯ ମିମି ବର୍ଷା ରେକର୍ଡ ହୋଇଛି। ବାଲେଶ୍ବର, ପୁରୀ, ଗୋପାଳପୁର, ଭୁବନେଶ୍ୱର, କଟକ, କେନ୍ଦ୍ରାପଡ଼ାରେ ମଧ୍ୟ ବର୍ଷା ଜାରି ରହିଛି।

Leave A Reply

Your email address will not be published.