Odisha Link
Bridging the Missing Links in Odisha

ବାତ୍ୟା ଦାନା: ୪୮ ଘଣ୍ଟା ପାଇଁ ସତର୍କ କରାଇଲେ ମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ସ୍ଥଳଭାଗ ମୁହାଁ ବାତ୍ୟା ‘ଦାନା’। ସମୁଦ୍ର ଭାଗରେ ଭୀଷଣ ବାତ୍ୟାର ରୂପ ନେଇସାରିଛି ‘ଦାନା’। ଆଜି ରାତିରୁ ଆସନ୍ତାକାଲି ସକାଳ ଭିତରେ ଭିତରକନିକା ଓ ଧାମରା ମଧ୍ୟରେ ଲ୍ୟାଣ୍ଡଫଲ କରିବ। ପାରାଦୀପଠାରୁ ବାତ୍ୟା ୨୬୦ କିଲୋମିଟର ଦୂରରେ ଥିବାବେଳେ ଧାମରାଠାରୁ ୨୮୦ କିମି ଦୂରରେ ରହିଛି। ଭିତରକନିକା ଏବଂ ଧାମରା ମଧ୍ୟରେ ବାତ୍ୟା ଲ୍ୟାଣ୍ଡଫଲ କରିବାର ସମ୍ଭାବନା ରହିଥିବାବେଳେ ସମୁଦ୍ରରେ ବର୍ତ୍ତମାନ ଘଣ୍ଟା ପ୍ରତି ୧୨ କିମି ବେଗରେ ଅଗ୍ରସର ହେଉଛି।

ବାତ୍ୟା ପ୍ରସ୍ତୁତି ନେଇ ମନ୍ତ୍ରୀ ବଡ ସୂଚନା ଦେଇଛନ୍ତି। ସେ କହିଛନ୍ତି, ବାତ୍ୟା ପାଇଁ ପ୍ରଭାବିତ ହେବାକୁ ଥିବା ଅଂଚଳର ଲୋକଙ୍କୁ ବ୍ୟାପକ ସ୍ଥାନାନ୍ତର କରାଯାଇଛି। ୧୧ଟା ସୁଦ୍ଧା ପ୍ରଭାବିତ ଅଞ୍ଚଳରେ ସ୍ଥାନାନ୍ତରଣ ଶେଷ ହେବ। ୪୮ ଘଣ୍ଟା ପାଇଁ ଆମକୁ ସତର୍କ ରହିବାକୁ ହେବ। ତା’ପରେ ସ୍ଥିତି ସ୍ବାଭାବିକ ହେବ। ସ୍ଥିତି ସ୍ବାଭାବିକ ପରେ ଲୋକଙ୍କୁ ଛଡ଼ାଯିବ। ପର୍ଯ୍ୟାପ୍ତ ପରିମାଣର କ୍ଷତିପୂରଣ ଦିଆଯିବ ବୋଲି ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ପାଣିପାଗ ବିଭାଗ ପକ୍ଷରୁ ଜାରି ହୋଇଥିବା ସୂଚନା ଅନୁଯାୟୀ, ଏବେ ବାତ୍ୟା ‘ଦାନା’ ପାରାଦୀପଠାରୁ ୨୬୦ କିଲୋମିଟର ଏବଂ ଧାମରାରୁ ୨୮୦ କିଲୋମିଟର ଦୂରରେ ରହିଛି। ଗତ ୬ ଘଣ୍ଟା ଧରି ବାତ୍ୟା ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଘଣ୍ଟାପ୍ରତି ୧୨ କିଲୋମିଟର ବେଗରେ ଗତି କରୁଛି। ଲ୍ୟାଣ୍ଡଫଲ ପରେ ରିକର୍ଭ କରିବ ଭୀଷଣ ବାତ୍ୟା। ରିକର୍ଭ କରି ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡିଶା ମୁହାଁଇବ ଦାନା। ଉତ୍ତର ଉପକୂଳ ଓଡ଼ିଶା ସହ ଆଭ୍ୟନ୍ତରୀଣ ଓ ଦକ୍ଷିଣ ଓଡ଼ିଶାରେ ବର୍ଷା ହେବ।

Leave A Reply

Your email address will not be published.