Odisha Link
Bridging the Missing Links in Odisha

ଆସନ୍ତା ସୋମବାର ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ

ଓଏଲ୍‌ ବ୍ୟୁରୋ: ଅକ୍ଟୋବର ୨୮ ତାରିଖ ଶେଷ ସୋମବାର ଦିନ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ। ବାତ୍ୟାକୁ ଦୃଷ୍ଟିରେ ରଖି ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ଜନ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି। ଏ ସଂପର୍କରେ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ଆଗାମୀ ଶୁଣାଣି ନେଇ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ପରେ ସୂଚନା ଦିଆଯିବ।

Leave A Reply

Your email address will not be published.