Odisha Link
Bridging the Missing Links in Odisha

ରାଗିଂ କଟକଣାକୁ ଅବମାନନା, ଡାକ୍ତରୀ ଛାତ୍ରଙ୍କୁ ରାଗିଂ ଅଭିଯୋଗ

ଓଏଲ୍‌ ବ୍ୟୁରୋ: ରାଗିଂ ମୁକ୍ତ କ୍ୟାମ୍ପସ କରିବାପାଇଁ ଆଣ୍ଟି ରାଗିଂ କମିଟିର ନିୟମ ସମସ୍ତ କଲେଜରେ ପ୍ରଚଳିତ ହେବାପରେ ମଧ୍ୟ କିଛି ଦିନ ହେବ ଅନେକ କଲେଜରେ ରାଗିଂ ଘଟଣା ଦେଖାଦେଇଛି। ଏମକେସିଜି ମେଡିକାଲ କଲେଜରେ ପୁଣି ରାଗିଂ ଅଭିଯୋଗ ହୋଇଛି। ମେଡିକାଲ ଭିଭାଗର ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ଅଭିଯୋଗ ହୋଇଛି। ବିଭିନ୍ନ ହଷ୍ଟେଲରେ ଏକାଧିକ ଛାତ୍ରଙ୍କୁ ରାଗିଂ ହୋଇଥିବା ଅଭିଯୋଗ ହୋଇଛି। ନ୍ୟାସନାଲ ମେଡିକାଲ କାଉନସିଲ୍‌ ନିକଟରେ ଅଭିଭାବକ ଅଭିଯୋଗ କରିଛନ୍ତି।

ଅଭିଯୋଗ ଆଧାରରେ ତଦନ୍ତ ପାଇଁ ନ୍ୟାସନାଲ ମେଡିକାଲ କାଉନସିଲ୍‌ ଡିନ୍‌ଙ୍କୁ ଚିଠି ଲେଖିଛି। ନ୍ୟାସନାଲ ମେଡିକାଲ କାଉନସିଲ୍‌ ଡିନ୍‌ଙ୍କୁ ଚିଠି ଲେଖିବା ପରେ କଲେଜ ଡିନ୍ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ହଷ୍ଟେଲର କୌଣସି ଛାତ୍ର ମୁହଁ ଖୋଲୁନଥିବା ଡିନ୍ କହିଛନ୍ତି। ମାନସିକ ଓ ଶାରୀରିକ ନିର୍ଯାତନା ନେଇ NMCରେ ଅଭିଯୋଗ ରହିଛି। ଏନେଇ କଲେଜର ଆଣ୍ଟି ରାଗିଂ ସେଲ୍‌ରେ ବୈଠକ ବସିବ ବୋଲି ଡିନ୍‌ କହିଛନ୍ତି।

ସୂଚନାଯୋଗ୍ୟ, କିଛି ଦିନ ତଳେ ଏମକେସିଜି ମେଡିକାଲ କଲେଜର ରୁଦ୍ର ରାଉତ ନାମକ ଜଣେ ଦ୍ବିତୀୟ ବର୍ଷର ଛାତ୍ରଙ୍କୁ ରାଗିଂ ରାଗିଂ ସହ ଆକ୍ରମଣ ହୋଇଥିଲା। ଅଭିଯୁକ୍ତ ୪ ସିନିଅର୍ ଛାତ୍ରଙ୍କୁ କ୍ୟାମ୍ପସରୁ ବ୍ୟାନ୍ କରାଯାଇଥିଲା। ତଦନୁଯାୟୀ, ଚତୁର୍ଥ ବର୍ଷ ଛାତ୍ର ଷ୍ଟାଲିନ ମହାପାତ୍ର ଓ ଜ୍ୟୋତିପ୍ରକାଶ ରାଉତ ୨ମାସ ପର୍ଯ୍ୟନ୍ତ କ୍ୟାମ୍ପସରେ ପ୍ରବେଶ କରିପାରିବେ ନାହିଁ।

ଉଭୟଙ୍କୁ ହଷ୍ଟେଲ ଛାଡ଼ିବା ସହ କ୍ଲାସକୁ ନ ଆସିବାକୁ ସ୍ପଷ୍ଟ ନିର୍ଦ୍ଦେଶ ଦିଆଯାଇଥିଲା। ସେହିଭଳି ରାଗିଂକୁ ପ୍ରଶ୍ରୟ ଦେବା ଅଭିଯୋଗରେ ଚତୁର୍ଥ ବର୍ଷ ଛାତ୍ର ସୂର୍ଯ୍ୟକାନ୍ତ ନାୟକ ଓ ରମେଶ ସେଠୀଙ୍କୁ ଦୁଇ ସପ୍ତାହ ପାଇଁ ହଷ୍ଟେଲ ଛାଡ଼ିବା ସହ କ୍ଲାସକୁ ନ ଆସିବାକୁ ନିର୍ଦ୍ଦେଶ ଦିଆଯାଇଥିଲା

Leave A Reply

Your email address will not be published.