Odisha Link
Bridging the Missing Links in Odisha

ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଞ୍ଚଳ ବୁଲିବେ ମୁଖ୍ୟମନ୍ତ୍ରୀ, କ୍ଷୟକ୍ଷତି ନେଇ କରିବେ ସମୀକ୍ଷା

ଓଏଲ୍ ବ୍ୟୁରୋ: ଦୁର୍ବଳ ହୋଇଛି ଦାନା। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିବା ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି। ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି। ବିନା କୌଣସି ମୃତାହତରେ ବାତ୍ୟା ‘ଦାନା’ର ଲ୍ୟାଣ୍ଡ୍‌ଫଲ୍‌ ପ୍ରକ୍ରିୟା ସକାଳ ୧୦ଟା ସୁଦ୍ଧା ଶେଷ ହୋଇଛି। ବାତ୍ୟା ପରେ ମୁଖ୍ୟମନ୍ତ୍ରୀ ବୈଠକ କରି ସ୍ଥିତି ସମୀକ୍ଷା ନେଇ ଆଲୋଚନା କରିଥିଲେ। ତେବେ ଆସନ୍ତାକାଲି ବାତ୍ୟା ପ୍ରଭାବିତ ଅଂଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ। ଆକାଶମାର୍ଗରୁ ବାତ୍ୟା ପ୍ରଭାବିତ ଅଂଚଳ ଦେଖିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।

ବାତ୍ୟା ପରେ ମୁଖ୍ୟମନ୍ତ୍ରୀ ବୈଠକ ପରେ ସ୍ଥିତି ସମୀକ୍ଷା କରି କହିଥିଲେ, କାଲି ରାତିରେ ବାତ୍ୟା ଲ୍ୟାଣ୍ଡଫଲ କରିଛି। ରାଜକନିକା ଓ ରାଜନଗରରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଭଦ୍ରକର ଧାମରା ଓ ଚାନ୍ଦବାଲିରେ କ୍ଷୟକ୍ଷତି ହୋଇଛି। ସରକାରଙ୍କ ଜିରୋ କାଜୁଆଲିଟି ଲକ୍ଷ୍ୟ ପୂରଣ ହୋଇଛି। ଜୋରସୋରରେ ଚାଲିଛି ପୁନରୁଦ୍ଧାର କାମ ଚାଲିଛି। ମନ୍ତ୍ରୀମାନେ ପ୍ରଭାବିତ ଅଞ୍ଚଳକୁ ବାହାରି ଗଲେଣି। ଦିନ ୧ଟା ସୁଦ୍ଧା ରାସ୍ତା ସଫା କାମ ସରିବ। ସନ୍ଧ୍ୟା ୬ଟା ସୁଦ୍ଧା ବିଦ୍ୟୁତ ସେବା ସ୍ବାଭାବିକ ହେବ ବୋଲି ମୁଖ୍ୟମନ୍ତ୍ରୀ କହିଛନ୍ତି।

Leave A Reply

Your email address will not be published.