Odisha Link
Bridging the Missing Links in Odisha

ପର୍ଯ୍ୟଟକଙ୍କ ପାଇଁ ଖୁସି ଖବର, ଖୋଲିଲା କୋଣାର୍କ ମନ୍ଦିର

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଉପକୂଳରେ ମାଡ଼ ହୋଇଛି ବାତ୍ୟା ‘ଦାନା’। ଧାମରାର ଦକ୍ଷିଣ-ଦକ୍ଷିଣପୂର୍ବ ୨୦ କିମି ଦୂର ଅର୍ଥାତ୍‌ ଭିତରକନିକା ଅନ୍ତର୍ଗତ ହାବେଳିଖଟି ନେଚର୍‌ କ୍ୟାମ୍ପ ନିକଟରେ ରାତି ୧୨ଟାରେ ସ୍ଥଳଭାଗ ଛୁଇଁଛି। ରାତି ୧୨ଟା ୫ରୁ ଆରମ୍ଭ ହୋଇଥିବା ବାତ୍ୟା ‘ଦାନା’ର ଲ୍ୟାଣ୍ଡଫଲ୍‌ ପ୍ରକ୍ରିୟା ଶେଷ ହୋଇଛି। ଭୀଷଣ ବାତ୍ୟା ଦୁର୍ବଳ ହୋଇ ବାତ୍ୟାକୁ ଆସିଛି।

ବିନା କୌଣସି ମୃତାହତରେ ବାତ୍ୟା ‘ଦାନା’ର ଲ୍ୟାଣ୍ଡ୍‌ଫଲ୍‌ ପ୍ରକ୍ରିୟା ସକାଳ ୧୦ଟା ସୁଦ୍ଧା ଶେଷ ହୋଇଛି। ବାତ୍ୟା ଦାନାରେ ପୁରୀ ଅଂଚଳ ପ୍ରଭାବିତ ହୋଇନଥିବାରୁ କୋଣାର୍କ ମନ୍ଦିର ଖୋଲିବାକୁ ନିର୍ଦ୍ଦେଶ ଦିଆଯାଇଛି। ବାତ୍ୟାକୁ ଦୃଷ୍ଟିରେ ରଖି ୨ ଦିନ କୋଣାର୍କ ସୂର୍ଯ୍ୟ ମନ୍ଦିର ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଥିଲା। ତେବେ ସ୍ଥିତିସ୍ୱାଭାବିକ ଥିବାକୁ ବର୍ତ୍ତମାନ କୋଣାର୍କ ପରିଦର୍ଶନ ପାଇଁ ଅନୁମତି ମିଳିଛି।

Leave A Reply

Your email address will not be published.