Odisha Link
Bridging the Missing Links in Odisha

ପର୍ଯ୍ୟଟକଙ୍କ ପାଇଁ ବଡ଼ ଖବର: ୨୮ ତାରିଖ ପର୍ଯ୍ୟନ୍ତ ଶିମିଳିପାଳ ବନ୍ଦ

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଉପକୂଳରେ ମାଡ଼ ହୋଇଛି ବାତ୍ୟା ‘ଦାନା’। ଧାମରାର ଦକ୍ଷିଣ-ଦକ୍ଷିଣପୂର୍ବ ୨୦ କିମି ଦୂର ଅର୍ଥାତ୍‌ ଭିତରକନିକା ଅନ୍ତର୍ଗତ ହାବେଳିଖଟି ନେଚର୍‌ କ୍ୟାମ୍ପ ନିକଟରେ ରାତି ୧୨ଟାରେ ସ୍ଥଳଭାଗ ଛୁଇଁଥିଲା। ବାତ୍ୟା ‘ଦାନା’ ହବାଳିଖଟିରେ ଲ୍ୟାଣ୍ଡଫଲ କରିବା ସହ ତାଣ୍ଡବ ରଚିଛି। ବାତ୍ୟା ପ୍ରଭାବ ପରେ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି। ଆସନ୍ତା ୨୬, ୨୭, ୨୮ ତାରିଖ ପର୍ଯ୍ୟଟକଙ୍କ ପାଇଁ ଶିମିଳିପାଳ ବନ୍ଦ ରଖାଯିବ। ପ୍ରବଳ ବର୍ଷା ଯୋଗୁଁ ଆଉ ୩ ଦିନ ଶିମିଳିପାଳ ବନ୍ଦ ରଖିବାକୁ ନିଷ୍ପତି ନିଆଯାଇଛି। ପୂର୍ବରୁ ୨୪ ଓ ୨୫ ତାରିଖ ବନ୍ଦ ରଖିବାକୁ ଘୋଷଣା ହୋଇଥିଲା।

Leave A Reply

Your email address will not be published.