Odisha Link
Bridging the Missing Links in Odisha

ଏହି ସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷିବ

ଓଏଲ୍‌ ବ୍ୟୁରୋ: ଦୁର୍ବଳ ହେବାରେ ଲାଗିଛି ବାତ୍ୟା ‘ଦାନା’। ବାତ୍ୟାରୁ ଏହା ଗଭୀର ଅବପାତରେ ପରିଣତ ହୋଇଥିବାରୁ ଲଗାଣ ବର୍ଷା ଜାରି ରହିବ। ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ଲଗାଣ ବର୍ଷା ଜାରି ରହିଛି। ସମ୍ଭାବ୍ୟ ବର୍ଷାକୁ ନେଇ ବିଭିନ୍ନ ଜିଲ୍ଲାକୁ ଆଲର୍ଟ ଜାରି କରିଛି ଆଞ୍ଚଳିକ ପାଣିପାଗ ବିଭାଗ।

ପାଣିପାଗ ବିଭାଗ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁଯାୟୀ, ଶନିବାର ସକାଳ ପର୍ଯ୍ୟନ୍ତ ୪ଟି ଜିଲ୍ଲାକୁ ରେଡ୍‌ ଓ୍ବାର୍ଣ୍ଣିଂ ଜାରି କରିଛି ବିଭାଗ। ଏହି ଜିଲ୍ଲାଗୁଡ଼ିକ ହେଲା ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ ଏବଂ କେନ୍ଦୁଝର। ଏହିସବୁ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ଆକଳନ କରିଛି ପାଣିପାଗ ବିଭାଗ। ମୟୂରଭଞ୍ଜ ଏବଂ ବାଲେଶ୍ୱର ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

ସେହିପରି କେନ୍ଦ୍ରାପଡ଼ା, କଟକ, ଯାଜପୁର ଓ ଢେଙ୍କାନାଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି। ଏଠାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ଅର୍ଥାତ୍ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି। ସେପଟେ ପୁରୀ, ଖୋର୍ଦ୍ଧା, ନୟାଗଡ଼ ଏବଂ ଅନୁଗୁଳ ଜିଲ୍ଲା ଲାଗି ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି।

Leave A Reply

Your email address will not be published.