Odisha Link
Bridging the Missing Links in Odisha

ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ବନ୍ଦ

ଓଏଲ୍‌ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ସ୍ଥଗିତ ରଖାଯାଇଛି। ବାତ୍ୟାର ପରବର୍ତ୍ତୀ ସାହାଯ୍ୟ ଏବଂ ପୁନରୁଦ୍ଧାର କାର୍ଯ୍ୟକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହେବାକୁ ଥିବା ଅଭିଯୋଗ ଶୁଣାଣି ବନ୍ଦ ରଖାଯାଇଥିବା ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଯେଉଁମାନେ ମୁଖ୍ୟମନ୍ତ୍ରୀଙ୍କୁ ସାକ୍ଷାତ କରିବା ଲାଗି ଅନ୍‌ଲାଇନ୍‌ରେ ପଞ୍ଜୀକରଣ କରିଥିଲେ ସେମାନେ ପରବର୍ତ୍ତୀ ଅଭିଯୋଗ ଶୁଣାଣି ସମୟରେ ପୁନଃ ପଞ୍ଜୀକରଣ କରିବାର ଆବଶ୍ୟକତା ନାହିଁ ବୋଲି କୁହାଯାଇଛି।

Leave A Reply

Your email address will not be published.