Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ରାଜ୍ୟରେ ପ୍ରତିଷ୍ଠା ହେବ ଭିଜିଲାନ୍ସ ଫୋରେନ୍ସିକ ଅନୁଷ୍ଠାନ

ଓଏଲ୍‌ ବ୍ୟୁରୋ: ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ କରିବା ଦିଗରେ ସରକାର ତତ୍ପରତା ଦେଖାଇଛନ୍ତି। ଦୁର୍ନୀତି ମୁକ୍ତ ରାଜ୍ୟ ଗଠନ ପାଇଁ ଦୁର୍ନୀତି ନିବାରଣ ସଚେତନତା ସପ୍ତାହ ୨୦୨୪ ଆରମ୍ଭ ହୋଇଛି। ଲୋକସେବା ଭବନରେ ରାଜ୍ୟସ୍ତରୀୟ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ସରକାରୀ ଅଧିକାରୀ ଓ କର୍ମଚାରୀଙ୍କୁ ସାଧୁତାର ଶପଥ ପାଠ କରାଇଛନ୍ତି।

ଦୁର୍ନୀତି ନିବାରଣ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏକ ବଡ ଘୋଷଣା କରିଛନ୍ତି। ସେ କହିଛନ୍ତି, ରାଜ୍ୟରେ ଭିଜିଲାନ୍ସ ଫୋରେନ୍ସିକ ବିଜ୍ଞାନ ଅନୁଷ୍ଠାନ ପ୍ରତିଷ୍ଠା ହେବ। ଏଥିରେ ୮ ଜଣ ଏସ୍‌ପି, ୮ ଜଣ ଏଏସ୍‌ପି, ୨୪ ଡିଏସ୍‌ପି କାର୍ଯ୍ୟ କରିବେ। ୨୪ ସାଇବର ଏକ୍ସପର୍ଟ, ଚାଟାର୍ଡ ଆକାଉଣ୍ଟ, ବ୍ୟାଙ୍କ ଏକ୍ସପର୍ଟ ରହିବେ ବୋଲି ଦୁର୍ନୀତି ନିବାରଣ ସପ୍ତାହ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ କହିଛନ୍ତି।

ମୁଖ୍ୟମନ୍ତ୍ରୀଆହୁରି ମଧ୍ୟ କହିଛନ୍ତି, ଶୂନ୍ୟ ସହନଶୀଳତା ନୀତି ଉପରେ ସରକାର ପ୍ରତିଶ୍ରୁତି ବଦ୍ଧ। ରାଜ୍ୟରେ ବିଜେପି ସରକାର ଆସିବାରେ ୧୪୦ ଦିନ ହୋଇଛି। ୬ ମୁଖ୍ୟ ଯନ୍ତ୍ରୀଙ୍କୁ ଦୁର୍ନୀତି ପାଇଁ ଗିରଫ କରି କୋର୍ଟ ପଠାଯାଇଛି। ୬ ମୁଖ୍ୟଯନ୍ତ୍ରୀଙ୍କ ଠାରୁ ୨୩୩ଟି ପ୍ଲଟ, ୩୨ କୋଠା, ପ୍ରାୟ ୬ କେଜି ସୁନା, ୧୦ କୋଟି ବ୍ୟାଙ୍କ ଡିପୋଜିଟ୍ ଓ ୨୧ ଲକ୍ଷ ନଗଦ ଟଙ୍କା ଜବତ ହୋଇଛି।

ଏବେ କେବଳ ଟ୍ରେଲର ଚାଲିଛି, ଆଗକୁ ବହୁତ କିଛି ବାକି ଅଛି। ଦୁର୍ନୀତି କରୁଥିବା ଅଧିକାରୀଙ୍କ ମନରେ ସବୁବେଳେ ଭୟ ରହିବ। ଏ ସରକାର କେତେବେଳେ ବି ବାନ୍ଧିପାରେ, ସବୁ ବେଳେ ମନେ ପଡ଼ିବ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି।

Leave A Reply

Your email address will not be published.