Odisha Link
Bridging the Missing Links in Odisha

ଆଜି ଦ୍ଵିତୀୟ ଦିନରେ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଆଜି ପୁଣି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଛନ୍ତି ମୁଖ୍ୟମନ୍ତ୍ରୀ। ୨ୟ ଦିନରେ କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ବର ଓ ମୟୂରଭଞ୍ଜ ଜିଲ୍ଲା ପରିଦର୍ଶନ କରିଛନ୍ତି। ଲ୍ୟାଣ୍ଡଫଲ୍ କରିଥିବା ସ୍ଥାନ ହାବେଳୀଖଟିର ସ୍ଥିତି ମଧ୍ୟ ପରଖିଛନ୍ତି।। ମୁଖ୍ୟମନ୍ତ୍ରୀଙ୍କ ସହ ରାଜସ୍ବ ମନ୍ତ୍ରୀ ଓ ଅନ୍ୟ ଅଧିକାରୀ ମାନେ ଉପସ୍ଥିତ ରହିଛନ୍ତି।

ସୂଚନା ଅନୁସାରେ, ଗତକାଲି ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କରିଥିଲେ ମୁଖ୍ୟମନ୍ତ୍ରୀ। ବାତ୍ୟା ପ୍ରଭାବରେ କିଛି ଅଞ୍ଚଳରେ ସାମାନ୍ୟ ବନ୍ୟା ପରିସ୍ଥିତି ରହିଥିବାରୁ ଏଥିପାଇଁ ସରକାର ଆବଶ୍ୟକୀୟ ପଦକ୍ଷେପ ଗ୍ରହଣ କରିଛନ୍ତି।

ପ୍ରଭାବିତ ଜିଲ୍ଲାଗୁଡ଼ିକରେ କ୍ଷୟକ୍ଷତି ଆକଳନର ରିପୋର୍ଟ ପ୍ରସ୍ତୁତ କରିବା ପାଇଁ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ରିପୋର୍ଟ ଆଧାରରେ ବାତ୍ୟା କ୍ଷତିଗ୍ରସ୍ତଙ୍କୁ ଯଥାଶୀଘ୍ର ସହାୟତା ପ୍ରଦାନ ପାଇଁ ସରକାରଙ୍କ ପକ୍ଷରୁ ବ୍ୟବସ୍ଥା କରାଯାଉଛି।

Leave A Reply

Your email address will not be published.