ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ
ଓଏଲ୍ ବ୍ୟୁରୋ: ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଦିନିକିଆ ଝାଡ଼ଖଣ୍ଡ ଗସ୍ତରେ ଯାଇ ଦଳୀୟ ପ୍ରାର୍ଥୀଙ୍କ ସପକ୍ଷରେ ପ୍ରଚାର କରିବେ। ଷଢ଼େଇକଳା-ଖରସୁଆଁ ଓ ସିଂହଭୂମ୍ରେ ଆୟୋଜିତ ଦୁଇଟି ନିର୍ବାଚନୀ ସଭାରେ ମୁଖ୍ୟମନ୍ତ୍ରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ମୁଖ୍ୟମନ୍ତ୍ରୀଙ୍କର ଝାଡ଼ଖଣ୍ଡ ଗସ୍ତ ଯୋଗୁଁ ଭୁବନେଶ୍ୱର ୟୁନିଟ-୫ ସ୍ଥିତ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠ ଠାରେ ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ବନ୍ଦ ରହିବ। ଆଜି ହେବାକୁ ଥିବା ଜନ ଅଭିଯୋଗ ଶୁଣାଣି ବନ୍ଦ ରହିବ ବୋଲି ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ କୁହାଯାଇଛି।