Odisha Link
Bridging the Missing Links in Odisha

ଆଜି ଶ୍ରୀମନ୍ଦିରରେ ‘ଘୋଡ଼ଲାଗି’ ନୀତି, ମହାପ୍ରଭୁ ପରିଧାନ କରିବେ ଶୀତବସ୍ତ୍ର

ଓଏଲ୍‌ ବ୍ୟୁରୋ: ଆଜି ଶ୍ରୀମନ୍ଦିରରେ ‘ଘୋଡ଼ଲାଗି’ ନୀତି। ଶୀତ ବସ୍ତ୍ର ପରିଧାନ କରିବେ ମହାପ୍ରଭୁ। ଶୀତ ପ୍ରକୋପ ପାଇଁ ପୁରୀ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ‘ଘୋଡ଼ ଲାଗି’ ନୀତି ହେବ। ଏଣୁ ଶ୍ରୀମନ୍ଦିରର ଦର୍ଜି ସେବକଙ୍କ ଦ୍ୱାରା ଶୀତବସ୍ତ୍ର ପ୍ରସ୍ତୁତ ସରିଛି। ଚତୁର୍ଦ୍ଧାମୂର୍ତ୍ତିଙ୍କ ପାଇଁ ୪ଟି ଘୋଡ଼ ସହ ଘୋଡ଼ଲାଗି ବେଶ ପାଇଁ ଖଟ ପାଛୋଡ଼ି, ତୁଳିପଟା, ଥୋଡ଼ ପାହାଡ଼ିଆ, ଫୁଲଛେଦା ଆଦି ତିଆରି କରାଯାଉଛି। ପତନୀ, ଗୀତଗୋବିନ୍ଦ ପାଟ ଓ ସୂତାପୁଟାରେ ଠାକୁରଙ୍କ ନୂତନ ବସ୍ତ୍ର ତିଆରି କରାଯାଇଛି।

ଏଥିସହିତ ମଦନମୋହନ, ସୁଦର୍ଶନ, ଗରୁଡ଼, ପତିତପାବନ, ଗୁଣ୍ଡିଚାମନ୍ଦିରରେ ବିରାଜିତ ନୃସିଂହ ମହାପ୍ରଭୁ, ସୂର୍ଯ୍ୟଦେବ, ମୁକ୍ତିମଣ୍ଡପ ପାର୍ଶ୍ବରେ ବିରାଜିତ ନୃସିଂହ, ଦକ୍ଷିଣକାଳୀକା ଓ କାକୁଡ଼ିଖାଇ ଠାକୁରାଣୀଙ୍କ ପାଇଁ ମଧ୍ୟ ପୋଷାକ ତିଆରି କରାଯାଏ। ପଞ୍ଚମୀ ରାତିରେ ଚନ୍ଦନଲାଗି ପରେ ତିନି ଠାକୁରଙ୍କ ପାଇଁ ଘୋଡ଼ ୨୧ଟି ସହିତ ବିମଳା, ସରସ୍ୱତୀ, ମହାଲକ୍ଷ୍ମୀ ତଥା ମଦନମୋହନଙ୍କ ଘୋଡ଼ ଅଧିବାସ ହୋଇ ରହିବ। ଷଷ୍ଠୀରେ ଠାକୁରଙ୍କୁ ଘୋଡ଼ ଲାଗି କରାଯାଏ। ମାର୍ଗଶୀର ଶୁକ୍ଳ ଷଷ୍ଠୀଠାରୁ ବସନ୍ତ ପଞ୍ଚମୀ ପର୍ଯ୍ୟନ୍ତ ମହାପ୍ରଭୁଙ୍କର ଏହି ଘୋଡ଼ ଲାଗି ନୀତି ସମ୍ପନ୍ନ ହେବ।

Leave A Reply

Your email address will not be published.