ପୁଣି ଓଡ଼ିଶାରେ ବର୍ଷା ସମ୍ଭାବନା, ୭ ଜିଲ୍ଲାକୁ ସତର୍କତା
ଓଏଲ୍ ବ୍ୟୁରୋ: ଗୋଟିଏ ଦିନର ବିରତି ପରେ ପୁଣି ଓଡ଼ିଶାରେ ବର୍ଷା ସମ୍ଭାବନା। ରାଜ୍ୟରେ ଗତ କିଛିଦିନ ହେବ ବର୍ଷା ଜାରି ରହିଥିବା ବେଳେ ପାଗ ପରିବର୍ତନ ହୋଇଛି। ଡିସେମ୍ବର ୨୪ ଓ ୨୫ରେ ପୁଣି ବର୍ଷା ସହ ଘନ କୁହୁଡି ଦେଖିବାକୁ ମିଳିବ ବୋଲି ପୂର୍ବାନୁମାନ କରଛି ପାଣିପାଗ ବିଭାଗ। ପଶ୍ଚିମା ଝଡ ପ୍ରଭାବରେ ବର୍ଷା ସମ୍ଭାବନା ରହିଛି। ୭ ଜିଲ୍ଲାକୁ ସତର୍କ କରାଇଛି ପାଣିପାଗ ବିଭାଗ। କେନ୍ଦ୍ରାପଡା, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ଗଞ୍ଜାମ, ଗଜପତି, ରାୟଗଡା ଜିଲ୍ଲାରେ ବର୍ଷା ହେବାର ସମ୍ଭାବନା ରହିଛି।
ରାଜ୍ୟର ୫ ଜିଲ୍ଲା କେନ୍ଦୁଝର, ସୁନ୍ଦରଗଡ, ଝାରସୁଗୁଡା ଅନୁଗୁଳ ଓ କଳାହାଣ୍ଡିକୁ କୁହୁଡି ପାଇଁ ସତର୍କତା ଜାରି କରାଯାଇଛି । ୫ ଜିଲ୍ଲାରେ ୫୦ ମିଟର ତଳକୁ ଖସିବ ଦୃଶ୍ୟମାନ ଦୂରତା। ସେହିପରି ୨୬ରୁ ୨୮ ତାରିଖ ଯାଏଁ ଶୁଖିଲା ପାଗ ରହିବ। ୨୯ ତାରିଖରୁ ପୁଣି କୋହଲା ପାଗ ସହ ବର୍ଷା ସମ୍ଭାବନା ରହିଥିବା ବେଳେ ଆଗାମୀ ୩ ଦିନ ପରେ ଶୀତର ପ୍ରଭାବ ବଢ଼ିବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ସୂଚନା ଦେଇଛି।