Odisha Link
Bridging the Missing Links in Odisha

ରାଜ୍ୟ ପରିବହନ ପ୍ରାଧିକରଣ ଏବଂ ଆଇଆଇଟି ମାଡ୍ରାସ୍‌ ମଧ୍ୟରେ ଏମ୍ଓୟୁ ସ୍ୱାକ୍ଷରିତ

ଓଏଲ୍‌ ବ୍ୟୁରୋ: ସଡ଼କ ସୁରକ୍ଷା ପାଇଁ ରାଜ୍ୟ ପରିବହନ ପ୍ରାଧିକରଣ ଏବଂ ଆଇଆଇଟି ମାଡ୍ରାସ୍‌ ମଧ୍ୟରେ ଏକ ବୁଝାମଣାପତ୍ର ସ୍ୱାକ୍ଷରିତ ହୋଇଛି। ସଡ଼କ ଦୁର୍ଘଟଣା ହ୍ରାସ ଦିଗରେ ସରକାର ପ୍ରତିବଦ୍ଧ ଅଛନ୍ତି ଏବଂ ସବୁପ୍ରକାର ପ୍ରତିରୋଧ ପଦକ୍ଷେପ ଗ୍ରହଣ କରାଯାଉଛି ବୋଲି ବାଣିଜ୍ୟ ଓ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା କହିଛନ୍ତି।

ସଡ଼କ ସୁରକ୍ଷା ପଦକ୍ଷେପକୁ ସଶକ୍ତ କରିବାକୁ ବାଣିଜ୍ୟ ଓ ପରିବହନ ମନ୍ତ୍ରୀଙ୍କ ଉପସ୍ଥିତିରେ ଆଇଆଇଟି ମାଡ୍ରାସ୍‌ ଓ ରାଜ୍ୟ ପରିବହନ ପ୍ରାଧିକରଣ ମଧ୍ୟରେ ବୁଝାମଣାପତ୍ର ସ୍ବାକ୍ଷର ହୋଇଛି। କାର୍ଯ୍ୟକ୍ରମରେ ପ୍ରମୁଖ ଶାସନ ସଚିବ ଉଷା ପାଢ଼ୀ, ପରିବହନ ଆୟୁକ୍ତ ଅମିତାଭ ଠାକୁର, ପ୍ରଫେସର ଭେଙ୍କଟେଶ ବାଲ ସୁବ୍ରମନିଅନ ଉପସ୍ଥିତ ଥିଲେ।

Leave A Reply

Your email address will not be published.