ଓଡ଼ିଶାର ନୂଆ ରାଜ୍ୟପାଳଙ୍କୁ ଶୁଭେଚ୍ଛାର ସୁଅ
ଓଏଲ୍ ବ୍ୟୁରୋ: ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି ଡକ୍ଟର ହରିବାବୁ କମଭମପତି। ଏନେଇ ରାଷ୍ଟ୍ରପତି ଭବନରୁ ବିଜ୍ଞପ୍ତି ଜାରି କରାଯାଇଛି। ରଘୁବର ଦାସଙ୍କ ଇସ୍ତଫା ପରେ ହରିବାବୁ କମଭମପତି ରାଜ୍ୟପାଳ ଭାବେ ନିଯୁକ୍ତ ହୋଇଛନ୍ତି। ନିକଟରେ ରଘୁବର ଦାସ ଇସ୍ତଫା ପତ୍ର ରାଷ୍ଟ୍ରପତିଙ୍କୁ ପଠାଇଥିଲେ। ଇସ୍ତଫାପତ୍ରକୁ ରାଷ୍ଟ୍ରପତି ଗ୍ରହଣ କରିବା ପରେ ନୂଆ ରାଜ୍ୟପାଳ ନିଯୁକ୍ତ ହୋଇଛନ୍ତି।
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଡକ୍ଟର ହରିବାବୁ କମଭମପତି ନିଯୁକ୍ତ ହୋଇଥିବାବେଳେ ବିଭିନ୍ନ ମହଲରୁ ଶୁଭେଚ୍ଛାର ସୁଅ ଛୁଟିଛି। ଓଡ଼ିଶାର ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରିବାବୁ କମଭମପତିଙ୍କୁ ଶୁଭେଚ୍ଛା ଜଣାଇଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।
ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଡକ୍ଟର କେ. ହରିବାବୁଙ୍କୁ ନିଯୁକ୍ତି ପରେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କେ. ହରିବାବୁଙ୍କ ସମେତ ଅନ୍ୟ ନବନନିଯୁକ୍ତ ୪ ରାଜ୍ୟପାଳଙ୍କୁ ମଧ୍ୟ ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।
ନବନିଯୁକ୍ତ ରାଜ୍ୟପାଳ ଡକ୍ଟର ହରିବାବୁ କମ୍ଭମପତିଙ୍କୁ ଶୁଭେଚ୍ଛା ଜଣାଇଲେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା।