ବିଶ୍ୱାସ ଥିଲେ ବିକାଶ ସହଜ: ବୈଦେଶିକ ମନ୍ତ୍ରୀ

ଓଏଲ୍ ବ୍ୟୁରୋ: ଭୁବନେଶ୍ୱରରେ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମିଳନୀ। ଏନେଇ ଚଳଚଞ୍ଚଳ ହୋଇପଡିଛି ରାଜଧାନୀ ଭୁବନେଶ୍ୱର। ଓଡ଼ିଶାରେ ଜମିଲାଣି ଏନ୍ଆର୍ଆଇଙ୍କ ଭିଡ଼। ଭୁବନେଶ୍ୱର ଜନତା ମୈଦାନରେ ସମ୍ମିଳନୀ ଆରମ୍ଭ ହୋଇଛି। ସମ୍ମିଳନୀରେ କେନ୍ଦ୍ରମନ୍ତ୍ରୀ ଏସ ଜୟଶଙ୍କର, ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାମିଲ ହୋଇଛନ୍ତି। ଯୁବ ସମାବେଶରୁ ଆରମ୍ଭ ହୋଇଛି ପ୍ରବାସୀ ଭାରତୀୟ ସମ୍ମିଳନୀ।
ଭୁବନେଶ୍ୱର ଜନତା ମୈଦାନରେ ସମ୍ମିଳନୀରେ ଜୟ ଜଗନ୍ନାଥ କହି ଅଭିଭାଷଣ ଆରମ୍ଭ କଲେ ବୈଦେଶିକ ବ୍ୟାପାର ମନ୍ତ୍ରୀ ଏସ ଜୟଶଙ୍କର। ସମାବେଶକୁ ସମ୍ବୋଧନ କରି ବିକଶିତ ଭାରତ ଅଭିମୁଖେ ଆମେ ଗତି କରୁଛେ ବୋଲି କହିଛନ୍ତି। ପ୍ରଧାନମନ୍ତ୍ରୀଙ୍କ ନେତୃତ୍ବରେ ଆମେ ବିକଶିତ ଭାରତ ଅଭିମୁଖେ ଗତି କରୁଛେ। କୋଭିଡ ସମୟରେ ଭାରତ ନିଜସ୍ବ ଟିକା ତିଆରି କରିଥିଲା।ଚନ୍ଦ୍ରଯାନ-୩, ଗଗନଯାନ ମିଶନ ଗୋଟିଏ ଗୋଟିଏ ସଫଳତା ବୋଲି ବୈଦେଶିକ ବ୍ୟାପାର ମନ୍ତ୍ରୀ କହିଛନ୍ତି।