ମହାମହିମ ରାଷ୍ଟ୍ରପତିଙ୍କୁ ଭେଟିଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ
ଓଏଲ୍ ବ୍ୟୁରୋ: ଆଜି ପ୍ରବାସୀ ଭାରତୀୟ ଦିବସର ଅନ୍ତିମ ଦିବସ। ଉଦଯାପନୀ ଉତ୍ସବରେ ଯୋଗ ଦେବେ ମହାମହିମ ରାଷ୍ଟ୍ରପତି। ପ୍ରବାସୀ ଭାରତୀୟ ଦିବସର ଅନ୍ତିମ ଦିବସ କାର୍ଯ୍ୟକ୍ରମରେ ୨୭ ଜଣଙ୍କୁ ମିଳିବ ‘ପ୍ରବାସୀ ଭାରତୀୟ ସମ୍ମାନ’। ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨୭ ଜଣଙ୍କୁ ପୁରସ୍କୃତ କରିବେ।
ପ୍ରବାସୀ ଭାରତୀୟ ଦିବସ ସମ୍ମିଳନୀ ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ସୌଜନ୍ୟମୂଳକ ସାକ୍ଷାତ କଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ। ପ୍ରବାସୀ ଭାରତୀୟ ସମ୍ମେଳନର ଐତିହାସିକ କାର୍ଯ୍ୟକ୍ରମରେ ତାଙ୍କର ଯୋଗଦାନ ନିଶ୍ଚିତ ଭାବେ ଆମ ପାଇଁ ଗର୍ବର ବିଷୟ ବୋଲି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ କହିଛନ୍ତି।
ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ରାଜଧାନୀ ଭୁବନେଶ୍ୱରରେ କଡା ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଗତକାଲି ଅଷ୍ଟାଦଶ ପ୍ରବାସୀ ଭାରତୀୟ ଦିବସ ସମାରୋହର ସମାପନ ଉତ୍ସବରେ ଯୋଗଦେବା ପାଇଁ ରାଷ୍ଟ୍ରପତି ଭୁବନେଶ୍ବରରେ ପହଞ୍ଚିଥିଲେ। ବିମାନବନ୍ଦରରୁ ସୁରକ୍ଷା ବଳୟ ମଧ୍ୟରେ ରାଷ୍ଟ୍ରପତି ରାଜଭବନ ଅଭିମୁଖେ ଯାତ୍ରା କରିଥିଲେ।