ଦିଲ୍ଲୀ ବିଧାନସଭା ନିର୍ବାଚନ: ଆଜି ନାମାଙ୍କନ ଭରିବେ ଆତିଶୀ
ଓଏଲ୍ ବ୍ୟୁରୋ: ୨୦୨୫ର ପ୍ରଥମ ବିଧାନସଭା ନିର୍ବାଚନ ଦିଲ୍ଲୀରେ ହେବାକୁ ଯାଉଛି। ଏଥିପାଇଁ ବିଧିବଦ୍ଧ ଭାବେ ନିର୍ବାଚନ ତାରିଖ ଘୋଷଣା କରିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ। ଏଥିପାଇଁ ନାମାଙ୍କନ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଦିଲ୍ଲୀ ମୁଖ୍ୟମନ୍ତ୍ରୀ ତଥା ଆମ୍ ଆଦମୀ ପାର୍ଟିର ବରିଷ୍ଠ ନେତ୍ରୀ ଆତିଶୀ ମର୍ଲେନ ନାମାଙ୍କନ ଭରିବେ। ନାମାଙ୍କନ ଭରିବା ପାଇଁ ଶୋଭାଯାତ୍ରାରେ ଯାଉଛନ୍ତି। ସକାଳେ ଗିରି ନଗର ଗୁରୁଦ୍ୱାର ଦର୍ଶନ କରିବା ପରେ ନାମାଙ୍କନ ଭରିବା ପାଇଁ ବାହାରିଥିଲେ। ପରେ ଶୋଭାଯାତ୍ରାରେ ସାମିଲ ହୋଇଛନ୍ତି।
ସୂଚନା ଅନୁସାରେ, ୭୦ ଆସନ ବିଶିଷ୍ଟ ଦିଲ୍ଲୀ ବିଧାନସଭାରେ ମୋଟ ୧ କୋଟି ୫୫ ଲକ୍ଷ ୨୪ ହଜାର ୮୫୮ ଭୋଟର ଅଛନ୍ତି। ସେଥିମଧ୍ୟରୁ ପୁରୁଷ ଭୋଟରଙ୍କ ସଂଖ୍ୟା ୮୩,୪୯,୬୪୫ ଥିବାବେଳେ ମହିଳା ଭୋଟରଙ୍କ ସଂଖ୍ୟା ୭୧,୭୩,୯୫୨ ରହିଛି। ସେହିପରି ତୃତୀୟ ଲିଙ୍ଗର ସଂଖ୍ୟା ୧,୨୬୧ ରହିଛି।
ଫେବୃଆରୀ ୫ରେ ଦିଲ୍ଲୀ ବିଧାନସଭା ନିର୍ବାଚନ ହେବ। ସବୁ ଥର ଭଳି ଏଥର ମଧ୍ୟ ଗୋଟିଏ ପର୍ଯ୍ୟାୟରେ ନିର୍ବାଚନ ହେବ। ୮ରେ ଭୋଟ ଗଣତି ହେବ। ୧୦ ଫେବୃଆରୀରେ ନିର୍ବାଚନୀ ପ୍ରକ୍ରିୟା ଶେଷ ହେବ। ୧୭ ଜାନୁଆରୀ ନାମାଙ୍କନ ଦାଖଲର ଶେଷ ଦିନ ରହିଛି।