Odisha Link
Bridging the Missing Links in Odisha

ମୁଖ୍ୟମନ୍ତ୍ରୀଙ୍କ ଘୋଷଣା: ଚଳିତବର୍ଷ ୪୦ ହଜାର ନିଯୁକ୍ତି ଦେବେ ସରକାର

ଓଏଲ୍‌ ବ୍ୟୁରୋ: ଫେବ୍ରୁଆରୀ ୧୩ ତାରିଖରୁ ବିଧାନସଭାର ବଜେଟ୍ ଅଧିବେଶନ ଆରମ୍ଭ ହେବ। ଏହା ଦୁଇଟି ପର୍ଯ୍ୟାୟରେ ଚାଲିବ। ଫେବ୍ରୁଆରି ୧୩ରୁ ୨୧ ତାରିଖ ପର୍ଯ୍ୟନ୍ତ ପ୍ରଥମ ପର୍ଯ୍ୟାୟ ଏବଂ ମାର୍ଚ୍ଚ ୭ରୁ ଏପ୍ରିଲ୍ ୫ ତାରିଖ ପର୍ଯ୍ୟନ୍ତ ଦ୍ବିତୀୟ ପର୍ଯ୍ୟାୟ ଅଧିବେଶନ ହେବ।

ଫେବ୍ରୁଆରୀ ୧୭ ତାରିଖରେ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ ଉପସ୍ଥାପନ ହେବ। ଅର୍ଥ ବିଭାଗ ଦାୟିତ୍ବରେ ଥିବା ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦ୍ବିତୀୟ ଥର ପାଇଁ ପୂର୍ଣ୍ଣାଙ୍ଗ ବଜେଟ୍‌ ଉପସ୍ଥାପନ କରିବେ। ୧୩ ତାରିଖରେ ରାଜ୍ୟପାଳଙ୍କ ଅଭିଭାଷଣ ସହ ଅଧିବେଶନ ଆରମ୍ଭ ହେବ।

ସାଧାରଣ ବଜେଟ ପୂର୍ବରୁ ଆଜି ରାଜ୍ୟ ପ୍ରାକ୍ ବଜେଟ ବୈଠକ ହୋଇଛି। ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ ଅଧ୍ୟକ୍ଷତାରେ ବୈଠକ ହୋଇଛି। ବୈଠକରେ ରାଜ୍ୟର ପୂର୍ବତନ ଅର୍ଥମନ୍ତ୍ରୀ, ଅର୍ଥନୀତି ବିଶାରଦ ଓ ବିଭିନ୍ନ ମହଲର ପ୍ରତିନିଧି ସାମିଲ ହୋଇଥିଲେ। ୨୦୨୫-୨୬ ବର୍ଷର ବଜେଟ ପାଇଁ ବିଚାର ବିମର୍ଶ ହୋଇଥିବାବେଳେ ବଜେଟ୍‌ ନେଇ ସମୀକ୍ଷା ପରେ ମୁଖ୍ୟମନ୍ତ୍ରୀ ସୂଚନା ଦେଇ କହିଛନ୍ତି, ଫେବ୍ରୁଆରୀ ୧୭ ତାରିଖ ବଜେଟ୍‌ ପାଇଁ ଆଲୋଚନା ହେଲା।

ପୂର୍ବତନ ଅର୍ଥ ମନ୍ତ୍ରୀ ଓ ଅର୍ଥ ବିଶେଷଜ୍ଞ ପରାମର୍ଶ ଦେଲେ। ସଦସ୍ୟମାନେ ବହୁ ଗୁରୁତ୍ବପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଜାନୁଆରୀ ୩୧ ପର୍ଯ୍ୟନ୍ତ ସମସ୍ତେ ମତାମତ ଦେଇ ପାରିବେ। ଦେଢ଼ ଲକ୍ଷ ନିଯୁକ୍ତି ନେଇ ସରକାର ପ୍ରତିଶ୍ରୁତି ରଖିଥିଲେ। ଚଳିତ ବର୍ଷ ସରକାର ୪୦ ହଜାର ନିଯୁକ୍ତି ଦେବେ। ବିଶେଷକରି IT, ପେଟ୍ରୋ କେମିକାଲ୍ସ, ଆଗ୍ରୋ ଇଣ୍ଡିଷ୍ଟ୍ରିକୁ ଗୁରୁତ୍ବ ଦିଆଯିବ।

Leave A Reply

Your email address will not be published.