ବିଶ୍ୱଭୂଷଣ ହରିଚନ୍ଦନ ଅସୁସ୍ଥ, ଚିକିତ୍ସାଳୟରେ ଭର୍ତ୍ତି
ଓଏଲ୍ ବ୍ୟୁରୋ: ପୂର୍ବତନ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ। ଭୁବନେଶ୍ବରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିବା ନେଇ ସୂଚନା ମିଳିଛି। ଅଧିକ ଚିକିତ୍ସା ପାଇଁ ତାଙ୍କୁ ହାଇଦ୍ରାବାଦ ପଠାଇବାକୁ ପ୍ରସ୍ତୁତି କରାଯାଉଛି। ତେବେ ଶ୍ରୀ ହରିଚନ୍ଦନଙ୍କ ଅସୁସ୍ଥତା ନେଇ ସୂଚନା ଦେଇଛନ୍ତି ପୁଅ ପୃଥ୍ବୀରାଜ ହରିଚନ୍ଦନ।
ଓଡ଼ିଶାର ବରିଷ୍ଠ ରାଜନେତା ତଥା ଆନ୍ଧ୍ରପ୍ରଦେଶ ଓ ଛତିଶଗଡ଼ର ପୂର୍ବତନ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ଅସୁସ୍ଥ ଅଛନ୍ତି। ବୟସାଧିକ କାରଣରୁ ବିଶ୍ବଭୂଷଣଙ୍କ ବିଭିନ୍ନ ସ୍ୱାସ୍ଥ୍ୟ ଗତ ସମସ୍ୟା ଦେଖାଦେଇଛି। ତେଣୁ ତାଙ୍କୁ ପରିବାର ପକ୍ଷରୁ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି।