Odisha Link
Bridging the Missing Links in Odisha

ଯୋଗୀ ସରକାରଙ୍କ ବଡ଼ ନିଷ୍ପତ୍ତି: ମହାକୁମ୍ଭରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ

ଓଏଲ୍‌ ବ୍ୟୁରୋ: ପ୍ରୟାଗରାଜରେ ଆସ୍ଥା ଓ ବିଶ୍ବାସର ମହାକୁମ୍ଭ। ତ୍ରିବେଣୀ ସଙ୍ଗମ ସ୍ଥଳ ପ୍ରୟାଗରାଜରେ ଆରମ୍ଭ ହୋଇଛି ମହାକୁମ୍ଭ। ୫୫ ଦିନ ଧରି ଚାଲିବ ଧାର୍ମିକ ମହୋତ୍ସବ। ପ୍ରୟାଗରାଜ ମହାକୁମ୍ଭକୁ ଦିନକୁ ଦିନ ଶ୍ରଦ୍ଧାଳୁଙ୍କ ଆଗମନ ବଢିବାରେ ଲାଗିଛି। କୋଟି କୋଟି ଶ୍ରଦ୍ଧାଳୁ ପବିତ୍ର ତ୍ରିବେଣୀ ସଙ୍ଗମରେ ସ୍ନାନ କରିଛନ୍ତି। ଏସବୁ ଭିତରେ ଘଟିଥିବା ଏକ ଛାତିଥରା ଅଘଟଣ ଖବର ସାମ୍ନାକୁ ଆସିଛି।। ୩୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଆଶଙ୍କା କରାଯାଉଛି।

ମହାକୁମ୍ଭରେ ଦଳଚକଟା ଘଟଣାର ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ। ନ୍ୟାୟିକ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ। ତିନି ଜଣିଆ କମିଟି ଦଳାଚକଟାର କାରଣ ଖୋଜିବେ। ଯେଉଁଥିରେ ୩୦ ଜଣଙ୍କ ମୃତ୍ୟୁ ହୋଇଛି। ୬୦ ଲୋକ ଆହତ ହୋଇଛନ୍ତି। ସ୍ଥିତି ନେଇ ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ସହ କଥା ହୋଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ। ଆହତଙ୍କୁ ତୁରନ୍ତ ଚିକିତ୍ସା ସୁବିଧା ଯୋଗାଇ ଦେବା ପାଇଁ ନିର୍ଦ୍ଦେଶ ଦେଇଛନ୍ତି।

ଅନ୍ୟପଟେ, ମହାକୁମ୍ଭରେ ଗାଡ଼ି ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରଖାଯାଇଛି। ମହାକୁମ୍ଭ ଦଳାଚକଟା ପରେ ଯୋଗୀ ସରକାର ୫ ବଡ଼ ନିଷ୍ପତ୍ତି ନେଇଛନ୍ତି। ମହାକୁମ୍ଭରେ VVIPଙ୍କ ପାସ୍‌ ଓ ଗାଡ଼ିକୁ ସମ୍ପୂର୍ଣ୍ଣ ବାରଣ କରିଛନ୍ତି ସରକାର। ୨ ରୁଟ୍‌ ବଦଳରେ ଗୋଟିଏ ରୁଟ୍‌ରେ ଯିବେ ଶ୍ରଦ୍ଧାଳୁ। ଫେବ୍ରୁଆରୀ ୪ ଯାଏଁ ଚାରି ଚକିଆ ଗାଡ଼ି ପ୍ରବେଶ ଉପରେ କଟକଣା ଲଗାଯିବ।

Leave A Reply

Your email address will not be published.