ଆଜି ମୁଖ୍ୟମନ୍ତ୍ରୀଙ୍କ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ
ଓଏଲ୍ ବ୍ୟୁରୋ: ପୁଣି ଖୋଲିଲା ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି ପ୍ରକୋଷ୍ଠ। ଆଜି ଲୋକଙ୍କ ଅଭିଯୋଗ ଶୁଣିବେ ମୁଖ୍ୟମନ୍ତ୍ରୀ। ଭୁବନେଶ୍ବର ସ୍ଥିତ ଅଭିଯୋଗ ପ୍ରକୋଷ୍ଠରେ ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଫେବୃଆରୀ ମାସର ପ୍ରଥମ ଜନଶୁଣାଣି ହୋଇଥିବାବେଳେ ଚଳିତ ମାସରେ ବଜେଟ ଆଗତ ହେବ। ବଜେଟ ପୂର୍ବରୁ ଆଜି ଜନ ଅଭିଯୋଗ ଶୁଣାଣି କରିବେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।