ବଜେଟ୍ ଆଗତ ପୂର୍ବରୁ ରାଜ୍ୟପାଳଙ୍କୁ ଭେଟିଲେ ମୁଖ୍ୟମନ୍ତ୍ରୀ

ଓଏଲ୍ ବ୍ୟୁରୋ: ବିଧାନସଭା ବଜେଟ ଅଧିବେଶନର ଆଜି ଚତୁର୍ଥ କାର୍ଯ୍ୟ ଦିବସ। ପ୍ରଥମାର୍ଦ୍ଧରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ଆଲୋଚନା ହୋଇଥିବାବେଳେ ଦ୍ୱିତୀୟାର୍ଦ୍ଧରେ ବଜେଟ ଉପସ୍ଥାପନା ହେବ। ବିଧାନସଭାରେ ଉପସ୍ଥାପନ ହେବ ରାଜ୍ୟ ବଜେଟ୍ ୨୦୨୫-୨୬। ବିଜେପି ସରକାରର ୮ ମାସ ପରେ ବଜେଟ ଦେଖାଇବ ବିକାଶର ସ୍ପଷ୍ଟ ନକ୍ସା। ବଜେଟ ପୂର୍ବରୁ ରାଜଭବନରେ ରାଜ୍ୟପାଳ ହରିବାବୁ କମ୍ଭମପତିଙ୍କୁ ୨୦୨୫-୨୬ ଆର୍ଥିକ ବର୍ଷର ବଜେଟ୍ କପି ପ୍ରଦାନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।