Odisha Link
Bridging the Missing Links in Odisha

ପାରା ଆଥଲେଟିକ୍ସ ଚାମ୍ପିଅନସିପରେ ସ୍ୱର୍ଣ୍ଣ ପଦକ ଜିତିଲେ ଓଡ଼ିଆ ଝିଅ, ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଚେନ୍ନାଇରେ ଆୟୋଜିତ ହେଉଛି ୨୩ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୫। ୨୩ ତମ ଜାତୀୟ ପାରା ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୫ରେ ଓଡିଶା ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଆଣିଛନ୍ତି ପାରା-ଆଥଲେଟ୍ ଜୟନ୍ତୀ ବେହେରା। ପାରା ଆଥଲେଟିକ୍ସ ଚାମ୍ପିଅନସିପ୍ ୨୦୨୫ରେ ଓଡିଶା ପାଇଁ ପ୍ରଥମ ସ୍ୱର୍ଣ୍ଣ ପଦକ ଜିତିଥିବାରୁ ପାରା-ଆଥଲେଟ୍ ଜୟନ୍ତୀ ବେହେରାଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଅଭିନନ୍ଦନ ଜଣାଇଛନ୍ତି। ସେ ତାଙ୍କ ଖେଳ କ୍ୟାରିୟରରେ ନୂତନ ମାଇଲଖୁଣ୍ଟ ହାସଲ କରନ୍ତୁ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉତ୍ସାହିତ କରିଛନ୍ତି।

Leave A Reply

Your email address will not be published.