Odisha Link
Bridging the Missing Links in Odisha

ଜଗା ଦର୍ଶନ କଲେ ଜେପି ନଡ୍ଡା

ଓଏଲ୍‌ ବ୍ୟୁରୋ: ପୁରୀରେ ଆରମ୍ଭ ହୋଇଛି ସ୍ବାସ୍ଥ୍ୟ ମନ୍ତ୍ରାଳୟର ଜାତୀୟ ସମ୍ମିଳନୀ। ଏଥିରେ ମୁଖ୍ୟଅତିଥି ଭାବେ ଯୋଗ ଦେଇଛନ୍ତି କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଏଥିପାଇଁ ସେ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସିଛନ୍ତି। ପୁରୀରେ ଦୁଇ ଦିନ ଧରି ହେବାକୁ ଥିବା ଏହି ସମ୍ମିଳନୀରେ ଜନସ୍ବାସ୍ଥ୍ୟ ସେବାରେ ଅନୁକରଣୀୟ ବ୍ୟବସ୍ଥା ଓ ନୂଆ ଉଦ୍ଭାବନ ସମ୍ପର୍କରେ ଆଲୋଚନା ଆରମ୍ଭ ହୋଇଛି। ଏହି କ୍ରମରେ ଓଡିଶା ଗସ୍ତରେ ଆସି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ମହାପ୍ରଭୁ ଜଗନ୍ନାଥଙ୍କ ଦର୍ଶନ କରିଛନ୍ତି।

Leave A Reply

Your email address will not be published.