ଓଡ଼ିଶା ଆସିବେ ମହାମହିମ ରାଷ୍ଟ୍ରପତି, କଣ୍ଟିଲୋ ଯାଇ ନୀଳମାଧବଙ୍କୁ କରିବେ ଦର୍ଶନ

ଓଏଲ୍ ବ୍ୟୁରୋ: ଆସନ୍ତା ୨୪ ତାରିଖରେ ଦୁଇ ଦିନିଆ ଗସ୍ତରେ ଓଡ଼ିଶା ଆସିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଗସ୍ତ କାର୍ଯ୍ୟକ୍ରମରେ ରାଷ୍ଟ୍ରପତି ନୟାଗଡ଼ କଣ୍ଟିଲୋ ନୀଳମାଧବଙ୍କ ଦର୍ଶନ କରିବା ନେଇ ସୂଚନା ମଳିଛି। ରାଷ୍ଟ୍ରପତିଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଆଇନଶୃଙ୍ଖଳା ବ୍ୟବସ୍ଥା, ଅସ୍ଥାୟୀ ହେଲିପ୍ୟାଡ ଓ ଅନ୍ୟାନ୍ୟ ବ୍ୟବସ୍ଥା ପରିଚାଳନା ନେଇ ନୟାଗଡ଼ ଜିଲ୍ଲାପାଳ ଓ ଏସପି ସ୍ଥିତି ସମୀକ୍ଷା କରିଛନ୍ତି।
ସୂଚନା ମୁତାବକ, ରାଷ୍ଟ୍ରପତି ୨୪ ତାରିଖ ଦିନ ମଧ୍ୟାନ ସାଢେ ୧ଟାରେ ଭୁବନେଶ୍ବର ବିମାନବନ୍ଦରରେ ପହଞ୍ଚିବେ। ସେଠାରୁ ସ୍ବତନ୍ତ୍ର ହେଲିକପ୍ଟର ଯୋଗେ କଣ୍ଟିଲୋ ନୀଳମାଧବ ମନ୍ଦିର ଗସ୍ତ କରିବେ। ସେଠାରେ ଦର୍ଶନ କରିବା ପରେ ଅନ୍ୟ କାର୍ଯ୍ୟକ୍ରମରେ ଯୋଗଦେବେ। ରାଷ୍ଟ୍ରପତି ଜଗନ୍ନାଥ ସଂସ୍କୃତିର ମୂଳପୀଠ ଭାପୁର ବ୍ଲକ ଅଧୀନ କାଳିଆପଲ୍ଲୀ ଜଙ୍ଗଲ ମଧ୍ୟରେ ଶବର ରାଜା ବିଶ୍ବାବସୁ ଓ ଲଲିତାଙ୍କ ଜନ୍ମମାଟି ପରଦର୍ଶନ କରିବାର କାର୍ଯ୍ୟକ୍ରମ ରହିଛି।ଭାରତୀୟ ବିଶ୍ବାବସୁ ଶବର ସମାଜ ଫାଉଣ୍ଡେସନର ବାର୍ଷିକ ସମାରୋହରେ ସାମିଲ ହେବେ। ରେଭେନ୍ସା ବିଶ୍ଵବିଦ୍ୟାଳୟର ୧୩ ତମ ବାର୍ଷିକ ସମାବର୍ତ୍ତନ ଉତ୍ସବରେ ଯୋଗଦେବାର କାର୍ଯ୍ୟକ୍ରମ ରହିଛି।