Odisha Link
Bridging the Missing Links in Odisha

ଏପ୍ରିଲ ୨ରୁ ସକାଳୁଆ ସ୍କୁଲ, ସୂଚନା ଦେଲେ ମନ୍ତ୍ରୀ..

ଓଏଲ୍‌ ବ୍ୟୁରୋ: ରାଜ୍ୟରେ ଦିନକୁ ଦିନ ତାତି ବଢ଼ିବାରେ ଲାଗିଛି। ଏପରିକି ରାଜ୍ୟର କିଛି ସ୍ଥାନରେ ୪୦ ଡିଗ୍ରୀ ସେଲସିୟସ୍‌ ଉପରେ ରହୁଛି ତାପମାତ୍ରା। ରାଜ୍ୟରେ ବଢ଼ୁଥିବା ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ବଡ଼ ଘୋଷଣା କଲେ ରାଜ୍ୟ ସରକାର। ଏପ୍ରିଲ ୨ ତାରିଖରୁ ସକାଳୁଆ ସ୍କୁଲ। ଗ୍ରୀଷ୍ମ ପ୍ରବାହ ଦୃଷ୍ଟିରୁ ସକାଳୁଆ ସ୍କୁଲ ହେବ। ଏନେଇ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀ ସୂଚନା ଦେଇଛନ୍ତି।

ଅନ୍ୟପଟେ, ଅଙ୍ଗନବାଡି କେନ୍ଦ୍ରଗୁଡିକୁ ସକାଳ ୭ଟାରୁ ସକାଳ ୯ଟା ପର୍ଯ୍ୟନ୍ତ ପାଠପଢା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ମହିଳା ଓ ଶିଶୁ ବିକାଶ ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏକ୍ସରେ ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା। ଶିଶୁମାନଙ୍କ ସୁରକ୍ଷା ନିମନ୍ତେ ଉଭୟ ନିଜସ୍ୱ ଗୃହ ଏବଂ ବିଦ୍ୟାଳୟ ଗୃହରେ ଚାଲୁଥିବା ଅଙ୍ଗନବାଡିଗୁଡିକର ସକାଳୁଆ ପାଠ ପଢାଇବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.