୧ ଲକ୍ଷ ମହିଳାଙ୍କୁ ମିଳିନି ଦ୍ଵିତୀୟ କିସ୍ତି ସୁଭଦ୍ରା ଟଙ୍କା, କାରଣ କହିଲେ ଉପମୁଖ୍ୟମନ୍ତ୍ରୀ..

ଓଏଲ୍ ବ୍ୟୁରୋ: ପ୍ରଥମ କିସ୍ତିରେ ସୁଭଦ୍ରା ଟଙ୍କା ପାଇଥିବା ୧ ଲକ୍ଷ ମହିଳା ସୁଭଦ୍ରା ଦ୍ଵିତୀୟ କିସ୍ତି ପାଇବାରୁ ବଞ୍ଚିତ ହୋଇଛନ୍ତି। ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା ସୂଚନା ଦେଇଛନ୍ତି। ରାସନ୍ କାର୍ଡ ଓ ଆୟରେ ତାଳମେଳ ଅଭାବରୁ ୧ ଲକ୍ଷ ମହିଳା ବଞ୍ଚିତ ହୋଇଛନ୍ତି।
ପ୍ରଥମ କିସ୍ତି ପାଇଛନ୍ତି, ମାତ୍ର ଆୟ ବୃଦ୍ଧି ଦର୍ଶାଇ ରାସନ କାର୍ଡ ଫେରାଇଛନ୍ତି। କିଏ ଗାଡ଼ି କିଣିଛନ୍ତି, କିଏ ୫ ଏକର ଜମି ନ ଥାଇ ଅଧିକ ଧାନ ମଣ୍ଡିରେ ଦେଇଛନ୍ତି। ଏନେଇ ମାର୍ଚ୍ଚ ୩୧ ପରେ ୱାନ୍ ଟୁ ୱାନ୍ ସର୍ଭେ କରାଯିବ। ରାକ୍ଷୀ ପୂର୍ଣ୍ଣିମାରେ ବଞ୍ଚିତ ଯୋଗ୍ୟ ହିତାଧିକାରୀ ଦ୍ବିତୀୟ କିସ୍ତି ପାଇବେ। ମାର୍ଚ୍ଚ ୩୧ ପର୍ଯ୍ୟନ୍ତ ଯେଉଁମାନଙ୍କୁ ୨୧ ହେଉଥିବା ଆବେଦନ କରିପାରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।