Odisha Link
Bridging the Missing Links in Odisha

ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ, ସ୍ୱତନ୍ତ୍ର କଳାକାରଙ୍କୁ ସମ୍ମାନିତ କଲେ ମୁଖ୍ୟମନ୍ତ୍ରୀ

ଓଏଲ୍‌ ବ୍ୟୁରୋ: ଓଡ଼ିଶା ଇତିହାସରେ ଏକ ଅବିସ୍ମରଣୀୟ ଦିବସ ଉତ୍କଳ ଦିବସ। ପ୍ରତି ଓଡ଼ିଆଙ୍କ ପାଇଁ ଏହା ଏକ ଗୌରବର ଦିନ। ୧୯୩୬ ମସିହା ଏପ୍ରିଲ ମାସ ୧ ତାରିଖ। ଓଡ଼ିଆ ଜାତିର ଗର୍ବ ଓ ଗୌରବ ବହନ କରୁଥିବା ଏହି ତାରିଖଟିକୁ ଉତ୍କଳ ଦିବସ ଭାବେ ପାଳନ କରିଆସୁଛି ସମ୍ପୂର୍ଣ୍ଣ ରାଜ୍ୟ। ଏହି ଅବସରରେ ରାଜ୍ୟସ୍ତରୀୟ ଓଡ଼ିଶା ଦିବସ ସମାରୋହ-୨୦୨୫ କଟକ ସତ୍ୟଭାମାପୁରରେ ପାଳିତ ହୋଇଛି। କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ, ସଂକୃତି ମନ୍ତ୍ରୀଙ୍କ ସମେତ ମନ୍ତ୍ରୀମଣ୍ଡଳର ଅନ୍ୟ ସଦସ୍ୟ ସାମିଲ ହୋଇଛନ୍ତି।

Leave A Reply

Your email address will not be published.