ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସ: ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ ପାଳିତ

ଓଏଲ୍ ବ୍ୟୁରୋ: ଆମ ରାଜ୍ୟରେ ପ୍ରଥମ ଥର ପାଇଁ ଏପ୍ରିଲ ୧ ତାରିଖ ଠାରୁ ନେଇ ଆସନ୍ତା ଏପ୍ରିଲ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଆ ପକ୍ଷ ପାଳନ କରାଯାଉଛି। ଓଡ଼ିଆ ପକ୍ଷ ପାଳନର ସପ୍ତମ ଦିବସରେ ଓଡ଼ିଆ ଭାଷା ଓ ସଂସ୍କୃତିରେ ସଚେତନତା ଏବଂ ଶିକ୍ଷାକୁ ପ୍ରୋତ୍ସାହନ ଦେବା ଉଦ୍ଦେଶ୍ୟରେ ଆଜି ରାଜ୍ୟର ବିଭିନ୍ନ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ‘ବର୍ଣ୍ଣବୋଧ ବଣ୍ଟନ-ବର୍ଣ୍ଣବୋଧ ଉତ୍ସବ’ ଉତ୍ସାହର ସହିତ ପାଳିତ ହୋଇଯାଇଛି। ଏହି ଅବସରରେ ରାଜ୍ୟର ବିଭିନ୍ନ ଜିଲ୍ଲାମାନଙ୍କରେ ରହିଥିବା ପ୍ରାଥମିକ ବିଦ୍ୟାଳୟରେ ଅଧ୍ୟୟନରତ ଶିଶୁମାନଙ୍କୁ ଆଜି ବର୍ଣ୍ଣବୋଧ ପୁସ୍ତକ ପ୍ରଦାନ କରାଯାଇଛି।