ଭିସୁଟର ଶହେ ଛାତ୍ରଛାତ୍ରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ, ଜରିମାନା ଦେବାକୁ ନିର୍ଦ୍ଦେଶ

ଓଏଲ୍ ବ୍ୟୁରୋ: ବୁର୍ଲା ଭିସୁଟରେ କୁଳପତିଙ୍କ କଡ଼ା ନିର୍ଦ୍ଦେଶ ଜାରି କରିଛନ୍ତି। ଭିସୁଟର ଶହେ ଛାତ୍ରଛାତ୍ରୀଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। କାର୍ଯ୍ୟାନୁଷ୍ଠାନ ଗ୍ରହଣ କଲେ ସମ୍ବଲପୁର ବୀର ସୁରେନ୍ଦ୍ର ସାଏ ବିଶ୍ଵବିଦ୍ୟାଳୟ କର୍ତ୍ତୃପକ୍ଷ।
ବିଶୃଙ୍ଖଳିତ ଆଚରଣ ପାଇଁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ବିଭିନ୍ନ ଖେଳ ପ୍ରତିଯୋଗିତାରେ ଅଂଶଗ୍ରହଣ କରିବା ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଥିବା ଛାତ୍ରଛାତ୍ରୀଙ୍କ ଉପରେ କଟକଣା ଲଗାଯାଇଛି। ମେଡାଲ ଏକାଡେମୀ ପୁରସ୍କାର ସହ ଜରିମାନା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।